Posted inRasifala

ରାଶିଫଳ: ବୁଧବାର, ଅଗଷ୍ଟ ୧୨ ତାରିଖ – Daily Horoscope

ମେଷ
ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ରହିବା ଭଲ। ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡିପାରେ।
ବୃଷ
ବୃଷ

ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। ଆକସ୍ମିକ ସମସ୍ୟା ହେତୁ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ। ଆଜିର ବାଣିଜ୍ୟ, ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହିଁ।

ମିଥୁନ
ମିଥୁନ
ପରିସ୍ଥିତି ବଦଳି ଯିବା କାରଣରୁ କାର୍ଯ୍ୟଟି ସ୍ଥଗିତ ରହିଯାଇପାରେ। ନିଜ ଇଚ୍ଛା ଅନୁସାରେ କୌଣସି କାମ କରି ପରିବାରରୁ ସମାଲୋଚିତ ହେବାକୁ ପଡିବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡି କୌଣସି ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବାର ଯୋଗ ସଂଘଟିତ ହେବ ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟରୁ ବହୁତ ଦିନରୁ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନସ୍ତାପ ବଢି ଯାଇପାରେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ପାରିବାରିିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ। ଅତି ନିକଟରେ ରହୁଥିବା ବନ୍ଧୁମାନଙ୍କ ସାହାଯ୍ୟ ଓ ସହଯୋଗରୁ ଉତ୍ସାହିତ ହେବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି। ପରିବାରକୁ ଉପେକ୍ଷାକରି ପରକ୍ଷଣରେ ଅନୁତାପ କରିବାକୁ ପଡିପାରେ।
ତୁଳା
ତୁଳା
କର୍ମକ୍ଷେତ୍ରରେ କେତେକ ସମସ୍ୟା ଓ ପ୍ରତିବନ୍ଧକ ଆସିବ ତଥାପି କାମ ଅଟକିବ ନାହିଁ। ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ପୁରାତନ ସମସ୍ୟା ସମାଧାନ ହୋଇଯିବ।
ବିଛା
ବିଛା
ପାରିବାରିକ ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। କଳା, ସଙ୍ଗୀତ, ଚଳଚ୍ଚିତ୍ର କ୍ରୀଡା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ। କର୍ମକ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ। ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିପାରିବେ ନାହିଁ।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ଉଲ୍ଲେଖନୀୟ କାମ କରି ଉଚ୍ଚ ପ୍ରଶଂସିତ ହେବେ। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳତା ପାଇବେ। କଠୋର କଥା କହିବା କାରଣରୁ ସାମୟିକ କଳହ ଦେଖାଦେଇପାରେ। ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମକର
ମକର

ପାରିବାରିକ ଅସ୍ଥିରତା କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହି ନ ପାରେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ଆକସ୍ମିକ ଭାବରେ ଦୂରଯାତ୍ରାର ସୁଯୋଗ ପାଇବେ।

କୁମ୍ଭ
କୁମ୍ଭ
ହାତକୁ ନେଇଥିବା କାମଗୁଡିକ ଅତି ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବ।
ମୀନମୀନ

ବନ୍ଧୁ ସମ୍ପର୍କରେ ଅବନ୍ନତି ଘଟିବା ପାଇଁ ଚେଷ୍ଟା କଲେ ଅବଶ୍ୟ ଉପକୃତ ହେବେ। ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ବ୍ୟବସାୟରେ ସଫଳତା ହାସଲ କରିବେ କିନ୍ତୁ ପରିବହନରେ ସମସ୍ୟା ଲାଗି ରହିବ। ପରିବାରରେ ପିଲାମାନଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ କିଛିଟା ଦ୍ୱନ୍ଦ୍ୱ ଓ ଆଶା ଆଶଙ୍କା ମଧ୍ୟରେ ଗତିକରିବାକୁ ପଡିପାରେ। ବନ୍ଧୁଙ୍କ ସହ ସହାନୁଭୂତିମୂଳକ ଆଲୋଚନା ମାଧ୍ୟମରେ ପରିବାରରେ ଶାନ୍ତି…

ରାଶିଫଳ: ରବିବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ ଚନ୍ଦ୍ରମଙ୍ଗଳ ଯୋଗରୁ ଯେଉଁ କାମରେ ହାତଦେବେ, ସେଥିରେ ସଫଳତା ନିଶ୍ଚିତ। ମନ ଅସ୍ଥିର ରହିଲେ ମଧ୍ୟ ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ।…

ରାଶିଫଳ: ଶନିବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ। ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri