Posted inRasifala

ରାଶିଫଳ: ବୁଧବାର, ଜୁଲାଇ ୧ ତାରିଖ – Daily Horoscope

ମେଷ
ଆଜି ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ହେତୁ କାର୍ଯ୍ୟ ହାସଲ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଯିବ। ଶିକ୍ଷା କ୍ଷେତ୍ରରେ ସୁନାମ ଓ ଗବେଷଣାରେ ସଫଳତା ହେତୁକ ପ୍ରଶଂସିତ ହେବେ। ବନ୍ଧୁମାନଙ୍କ ସହଯୋଗରେ ଅଟକି ରହିଯାଇଥିବା କାର୍ଯ୍ୟଗୁଡିକ ତ୍ୱରାନ୍ବିତ ହେବ। ଶିଳ୍ପ, ବାଣିଜ୍ୟ ଓ ରାଜନୀତିରେ ଆଶା ପୂରଣ ହେବ।
ବୃଷ
ବୃଷ
ଶୁକ୍ରଙ୍କ ରାଶ୍ୟାବସ୍ଥାନରୁ ସ୍ବାସ୍ଥ୍ୟ ଭଲ ରହିବ ଏବଂ ମନୋରଞ୍ଜନର ମଉକା ପାଇବେ। ନିଜର କାମ ପଛକୁ ପକାଇ ପଡୋଶୀଙ୍କ ଘରୋଇ କଥାରେ ମୁଣ୍ଡ ପୂରାଇ ସମାଲୋଚିତ ହୋଇପାରନ୍ତି। ଜମିଜମା କାରବାର, ନୂତନ ଘର ତିଆରି, ଯାନ ବାହନ ମରାମତି, ଦୋକାନର ଉନ୍ନତି କାରଣରୁ ଖୁସୀ ରହିବେ।
ମିଥୁନ
ମିଥୁନ
ଧନାଧିପ କୋଣଭାବସ୍ଥ ଯୋଗୁ ଆର୍ଥିକ ଉନ୍ନତି ଘଟିବ ଏବଂ ନୂତନ କର୍ମାରମ୍ଭରେ କୌଣସି ଅସୁବିଧା ହେବ ନାହିଁ। ଘର କିମ୍ବା ଜମିଜମା, ପୁରୁଣା ଗାଡି ଓ ଯାନ୍ତ୍ରିକ ଜିନିଷ କିଣିବା ପାଇଁ ମନ ବଳାଇବେ। ପଡୋଶୀଙ୍କ ସହ ମନୋମାଳିନ୍ୟ ଘଟିପାରେ। ଅଧିକାଂଶ ସମୟରେ ଅନ୍ୟମନସ୍କ ରହିପାରନ୍ତି।
କର୍କଟ
କର୍କଟ
ଚନ୍ଦ୍ର ଓ ମଙ୍ଗଳଙ୍କ ଷଡାଷ୍ଟକ ସ୍ଥିତିରୁ ମନ ଚାହୁଁଥିବା କାମଟି କରିପାରିବେ ନାହିଁ। କର୍ମକ୍ଷେତ୍ରରେ ଦୃଢ ମନୋବଳ ନେଇ କୌଣସି କଥାକୁ ଖାତିର ନ କରି ଆଗକୁ ମାଡି ଚାଲିବେ। ଆପଣଙ୍କ କାର୍ଯ୍ୟକଳାପରେ ସାମୟିକ ଅସନ୍ତୁଷ୍ଟ ହୋଇ ବନ୍ଧୁମାନେ ସମାଲୋଚନା କରିପାରନ୍ତି। କାର୍ଯ୍ୟବ୍ୟସ୍ତତାଜନିତ ଟେନ୍ସନ ଲାଗି ରହିବ।
ସି˚ହ
ସି˚ହ
ରବି ସହ ରାହୁଙ୍କ ସଂଯୋଗ ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ଆଜି କୌଣସି କାର୍ଯ୍ୟ ସମସ୍ୟା ବହୁଳ ଯୋଗୁ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବାର ଆଶା କରାଯାଇପାରେ। ବାଣିଜ୍ୟ ଓ ବ୍ୟବସାୟରୁ ଭଲ ଲାଭ ପାଇବେ।
କନ୍ୟା
ମୁଖଭାବରେ ଚନ୍ଦ୍ରଙ୍କ ଯୋଗୁ ସୁସ୍ବାଦୁ ଭୋଜନ ପାଇବେ, ମିଠା କଥା କହି ବନ୍ଧୁଙ୍କ ମନ ତୋଷିବେ। ପରୋକ୍ଷ ଭାବରେ ଶତ୍ରୁତା କରୁଥିବା ଲୋକମାନେ ମଧ୍ୟ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ। ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ପରିବହନ କ୍ଷେତ୍ରରେ ଶୁଭଫଳ ପାଇବେ।
ତୁଳା
ତୁଳା
କର୍ମାଧିପ ରାଶିସ୍ଥ ଯୋଗୁ ଯାତ୍ରା ପ୍ରୀତିପ୍ରଦ ରହିବା ସଙ୍ଗକୁ ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ମିଳିବ। ଆନୁଷ୍ଠାନିକ କାମରେ ଗଠନମୂଳକ ପରାମର୍ଶ ଦେଇ ବନ୍ଧୁ ତଥା ସହକର୍ମୀମାନଙ୍କ ପ୍ରିୟପାତ୍ର ହେବେ। ଅଟକି ରହିଥିବା ନିର୍ମାଣ ତଥା ବ୍ୟବସାୟ ଭିତ୍ତିକ କାମଗୁଡିକ ସୁରୁଖୁରୁରେ ହୋଇଯିବ।
ବିଛା
ବିଛା
ବିଭିନ୍ନ ପ୍ରକାରର ସମସ୍ୟା ଲାଗି ରହିଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ମଙ୍ଗଳ ସ୍ଥିତି ପ୍ରଭାବରେ ଆଲୋଚନା କ୍ଷେତ୍ରରେ ଭାବିଚିନ୍ତି ତଥା ପ୍ରତ୍ୟେକ ଦିଗକୁ ବିଚାର କରି କାମ କରିବା ଭଲ ହେବ। ସହକର୍ମୀମାନେ ସାଧାରଣ କଥାକୁ ନ ବୁଝି ମଧ୍ୟ ଘଟଣାକୁ ଅତିରଞ୍ଜିତ କରି କହିପାରନ୍ତି।
ଧନୁ
ଧନୁ
ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରିବାକୁ ପଡିବ କିନ୍ତୁ ଆର୍ଥିକ ଦିଗରୁ ଉପକୃତ ହେବେ। ପାରିବାରିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ଭାବପ୍ରବଣତା ବୃଦ୍ଧି ପାଇପାରେ। ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ଅଫିସରେ କାର୍ଯ୍ୟବ୍ୟସ୍ତତା ହେତୁ ଚିନ୍ତାଧାରା ବିକ୍ଷିପ୍ତ ହୋଇପାରେ।
ମକର
ମକର

ମଙ୍ଗଳ ତୃତୀୟସ୍ଥ ଯୋଗୁ ଭ୍ରାତୃ ସମ୍ପର୍କ ଭଲ ରହି ନ ପାରେ। ପରିବାରର କୌଣସି ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ସମସ୍ୟା ନେଇ ବନ୍ଧୁମାନଙ୍କ ସହ ଆଲୋଚନା କରିପାରନ୍ତି। ଜମିଜମା କ୍ରୟ ବିକ୍ରୟ କିମ୍ବା ନୂତନ ବାଣିଜ୍ୟାରମ୍ଭ ପାଇଁ ମନ ବଳିବ। କର୍ମକ୍ଷେତ୍ରରେ ଅନ୍ୟ ମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ।

କୁମ୍ଭ
କୁମ୍ଭ
ଆଜି ଯେଉଁଠି ଯାହା କହିବେ କିମ୍ବା କରିବେ ତାହା ଠିକ୍‌ ଭାବେ କାର୍ଯ୍ୟକାରୀ ହେବ। ସାଙ୍ଗସାଥୀଙ୍କ ସହଯୋଗରୁ ବିବଦମାନ ସ୍ଥିତିରୁ ସହସା ମୁକ୍ତି। କେତେକ ଆକସ୍ମିକ ସମସ୍ୟାକୁ ନେଇ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ନୀଚ ସଂସର୍ଗରୁ ଦୂରେଇ ରହନ୍ତୁ, ନତୁବା ସମାଲୋଚିତ ହେବାକୁ ପଡିପାରେ।
ମୀନମୀନ

ମନର ଅସ୍ଥିରତା ସଙ୍ଗକୁ ଶାରୀରିକ ସୁସ୍ଥତା ନ ରହିବାରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଚତୁର୍ଥସ୍ଥ ପାପଗ୍ରହ ଯୋଗୁ ପରିବାରର ଖର୍ଚ୍ଚ ଭାର କ୍ରମଶଃ ବଢି ବଢି ଯିବା କାରଣରୁ ମନରେ ସରସତା ରହିବ ନାହିଁ। ସଭାସମିତିରେ, ରାଜନୈତିକ କ୍ଷେତ୍ରରେ ତଥା ବ୍ୟବସାୟ କ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri