Posted inRasifala

ରାଶିଫଳ: ବୁଧବାର, ଜୁଲାଇ ୧ ତାରିଖ – Daily Horoscope

ମେଷ
ଆଜି ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ହେତୁ କାର୍ଯ୍ୟ ହାସଲ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଯିବ। ଶିକ୍ଷା କ୍ଷେତ୍ରରେ ସୁନାମ ଓ ଗବେଷଣାରେ ସଫଳତା ହେତୁକ ପ୍ରଶଂସିତ ହେବେ। ବନ୍ଧୁମାନଙ୍କ ସହଯୋଗରେ ଅଟକି ରହିଯାଇଥିବା କାର୍ଯ୍ୟଗୁଡିକ ତ୍ୱରାନ୍ବିତ ହେବ। ଶିଳ୍ପ, ବାଣିଜ୍ୟ ଓ ରାଜନୀତିରେ ଆଶା ପୂରଣ ହେବ।
ବୃଷ
ବୃଷ
ଶୁକ୍ରଙ୍କ ରାଶ୍ୟାବସ୍ଥାନରୁ ସ୍ବାସ୍ଥ୍ୟ ଭଲ ରହିବ ଏବଂ ମନୋରଞ୍ଜନର ମଉକା ପାଇବେ। ନିଜର କାମ ପଛକୁ ପକାଇ ପଡୋଶୀଙ୍କ ଘରୋଇ କଥାରେ ମୁଣ୍ଡ ପୂରାଇ ସମାଲୋଚିତ ହୋଇପାରନ୍ତି। ଜମିଜମା କାରବାର, ନୂତନ ଘର ତିଆରି, ଯାନ ବାହନ ମରାମତି, ଦୋକାନର ଉନ୍ନତି କାରଣରୁ ଖୁସୀ ରହିବେ।
ମିଥୁନ
ମିଥୁନ
ଧନାଧିପ କୋଣଭାବସ୍ଥ ଯୋଗୁ ଆର୍ଥିକ ଉନ୍ନତି ଘଟିବ ଏବଂ ନୂତନ କର୍ମାରମ୍ଭରେ କୌଣସି ଅସୁବିଧା ହେବ ନାହିଁ। ଘର କିମ୍ବା ଜମିଜମା, ପୁରୁଣା ଗାଡି ଓ ଯାନ୍ତ୍ରିକ ଜିନିଷ କିଣିବା ପାଇଁ ମନ ବଳାଇବେ। ପଡୋଶୀଙ୍କ ସହ ମନୋମାଳିନ୍ୟ ଘଟିପାରେ। ଅଧିକାଂଶ ସମୟରେ ଅନ୍ୟମନସ୍କ ରହିପାରନ୍ତି।
କର୍କଟ
କର୍କଟ
ଚନ୍ଦ୍ର ଓ ମଙ୍ଗଳଙ୍କ ଷଡାଷ୍ଟକ ସ୍ଥିତିରୁ ମନ ଚାହୁଁଥିବା କାମଟି କରିପାରିବେ ନାହିଁ। କର୍ମକ୍ଷେତ୍ରରେ ଦୃଢ ମନୋବଳ ନେଇ କୌଣସି କଥାକୁ ଖାତିର ନ କରି ଆଗକୁ ମାଡି ଚାଲିବେ। ଆପଣଙ୍କ କାର୍ଯ୍ୟକଳାପରେ ସାମୟିକ ଅସନ୍ତୁଷ୍ଟ ହୋଇ ବନ୍ଧୁମାନେ ସମାଲୋଚନା କରିପାରନ୍ତି। କାର୍ଯ୍ୟବ୍ୟସ୍ତତାଜନିତ ଟେନ୍ସନ ଲାଗି ରହିବ।
ସି˚ହ
ସି˚ହ
ରବି ସହ ରାହୁଙ୍କ ସଂଯୋଗ ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ଆଜି କୌଣସି କାର୍ଯ୍ୟ ସମସ୍ୟା ବହୁଳ ଯୋଗୁ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବାର ଆଶା କରାଯାଇପାରେ। ବାଣିଜ୍ୟ ଓ ବ୍ୟବସାୟରୁ ଭଲ ଲାଭ ପାଇବେ।
କନ୍ୟା
ମୁଖଭାବରେ ଚନ୍ଦ୍ରଙ୍କ ଯୋଗୁ ସୁସ୍ବାଦୁ ଭୋଜନ ପାଇବେ, ମିଠା କଥା କହି ବନ୍ଧୁଙ୍କ ମନ ତୋଷିବେ। ପରୋକ୍ଷ ଭାବରେ ଶତ୍ରୁତା କରୁଥିବା ଲୋକମାନେ ମଧ୍ୟ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ। ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ପରିବହନ କ୍ଷେତ୍ରରେ ଶୁଭଫଳ ପାଇବେ।
ତୁଳା
ତୁଳା
କର୍ମାଧିପ ରାଶିସ୍ଥ ଯୋଗୁ ଯାତ୍ରା ପ୍ରୀତିପ୍ରଦ ରହିବା ସଙ୍ଗକୁ ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ମିଳିବ। ଆନୁଷ୍ଠାନିକ କାମରେ ଗଠନମୂଳକ ପରାମର୍ଶ ଦେଇ ବନ୍ଧୁ ତଥା ସହକର୍ମୀମାନଙ୍କ ପ୍ରିୟପାତ୍ର ହେବେ। ଅଟକି ରହିଥିବା ନିର୍ମାଣ ତଥା ବ୍ୟବସାୟ ଭିତ୍ତିକ କାମଗୁଡିକ ସୁରୁଖୁରୁରେ ହୋଇଯିବ।
ବିଛା
ବିଛା
ବିଭିନ୍ନ ପ୍ରକାରର ସମସ୍ୟା ଲାଗି ରହିଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ମଙ୍ଗଳ ସ୍ଥିତି ପ୍ରଭାବରେ ଆଲୋଚନା କ୍ଷେତ୍ରରେ ଭାବିଚିନ୍ତି ତଥା ପ୍ରତ୍ୟେକ ଦିଗକୁ ବିଚାର କରି କାମ କରିବା ଭଲ ହେବ। ସହକର୍ମୀମାନେ ସାଧାରଣ କଥାକୁ ନ ବୁଝି ମଧ୍ୟ ଘଟଣାକୁ ଅତିରଞ୍ଜିତ କରି କହିପାରନ୍ତି।
ଧନୁ
ଧନୁ
ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରିବାକୁ ପଡିବ କିନ୍ତୁ ଆର୍ଥିକ ଦିଗରୁ ଉପକୃତ ହେବେ। ପାରିବାରିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ଭାବପ୍ରବଣତା ବୃଦ୍ଧି ପାଇପାରେ। ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ଅଫିସରେ କାର୍ଯ୍ୟବ୍ୟସ୍ତତା ହେତୁ ଚିନ୍ତାଧାରା ବିକ୍ଷିପ୍ତ ହୋଇପାରେ।
ମକର
ମକର

ମଙ୍ଗଳ ତୃତୀୟସ୍ଥ ଯୋଗୁ ଭ୍ରାତୃ ସମ୍ପର୍କ ଭଲ ରହି ନ ପାରେ। ପରିବାରର କୌଣସି ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ସମସ୍ୟା ନେଇ ବନ୍ଧୁମାନଙ୍କ ସହ ଆଲୋଚନା କରିପାରନ୍ତି। ଜମିଜମା କ୍ରୟ ବିକ୍ରୟ କିମ୍ବା ନୂତନ ବାଣିଜ୍ୟାରମ୍ଭ ପାଇଁ ମନ ବଳିବ। କର୍ମକ୍ଷେତ୍ରରେ ଅନ୍ୟ ମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ।

କୁମ୍ଭ
କୁମ୍ଭ
ଆଜି ଯେଉଁଠି ଯାହା କହିବେ କିମ୍ବା କରିବେ ତାହା ଠିକ୍‌ ଭାବେ କାର୍ଯ୍ୟକାରୀ ହେବ। ସାଙ୍ଗସାଥୀଙ୍କ ସହଯୋଗରୁ ବିବଦମାନ ସ୍ଥିତିରୁ ସହସା ମୁକ୍ତି। କେତେକ ଆକସ୍ମିକ ସମସ୍ୟାକୁ ନେଇ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ନୀଚ ସଂସର୍ଗରୁ ଦୂରେଇ ରହନ୍ତୁ, ନତୁବା ସମାଲୋଚିତ ହେବାକୁ ପଡିପାରେ।
ମୀନମୀନ

ମନର ଅସ୍ଥିରତା ସଙ୍ଗକୁ ଶାରୀରିକ ସୁସ୍ଥତା ନ ରହିବାରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଚତୁର୍ଥସ୍ଥ ପାପଗ୍ରହ ଯୋଗୁ ପରିବାରର ଖର୍ଚ୍ଚ ଭାର କ୍ରମଶଃ ବଢି ବଢି ଯିବା କାରଣରୁ ମନରେ ସରସତା ରହିବ ନାହିଁ। ସଭାସମିତିରେ, ରାଜନୈତିକ କ୍ଷେତ୍ରରେ ତଥା ବ୍ୟବସାୟ କ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri