Posted inRasifala

ରାଶିଫଳ: ବୁଧବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ
ରବି କେନ୍ଦ୍ରସ୍ଥ ଯୋଗୁ ପାରିବାରିକ ସ୍ଥିତି ଭଲ ରହିଲେ ମଧ୍ୟ ଶନିଙ୍କ ଦୃଷ୍ଟିରୁ ବିଶୃଙ୍ଖଳା ଦେଖାଦେଇପାରେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇଲେ ମଧ୍ୟ ଯାତ୍ରା, ବାଣିଜ୍ୟ,ବ୍ୟବସାୟ ପାଇଁ ଦିନଟି ବହୁତ ଭଲ। ଆଲୋଚନା କ୍ରମରେ ଘରର କେତେକ ରହିଯାଇଥିବା କାମକୁ କରିବା ସକାଶେ ଚିନ୍ତା କରିପାରନ୍ତି।
ବୃଷ
ବୃଷ
ଧନସ୍ଥ ରାହୁ ଧନହାନି କିମ୍ବା ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କୀୟ ବିବାଦ ସୃଷ୍ଟି କରିପାରେ। ଉପରିସ୍ଥ କର୍ମଚାରୀଙ୍କ ନିକଟରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ରାଜନୈତିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟ ମନ୍ଥର ହେବ। ଘରୋଇ ଅଶାନ୍ତି ଲାଗି ରହିବା ହେତୁ ମନରେ ସରସତା ରହି ନ ପାରେ।
ମିଥୁନ
ମିଥୁନ
ଟିକିଏ କଥାରେ ଉତ୍ତେଜିତ ହୋଇପଡିବା ଦ୍ୱାରା ସମସ୍ୟା ବଢିଯିବ। ଘର କାମରେ କିମ୍ବା ନୂତନ କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ। ବ୍ୟବସାୟରେ ସଫଳତା ହାସଲ କରିବା କଷ୍ଟକର ହୋଇପଡିବ। ଅଫିସ୍‌ କାମରେ ସହକର୍ମୀ ମାନେ ସହଯୋଗ କରିବା ବଦଳରେ ସମସ୍ୟା ସୃଷ୍ଟିକରିବେ।
କର୍କଟ
କର୍କଟ
ଭାଗ୍ୟାଧିପ ନୀଚସ୍ଥ ଯୋଗୁ କର୍ମକ୍ଷେତ୍ରରେ ଅସ୍ଥିରତା ଲାଗି ରହିବା ସଙ୍ଗକୁ ମାମୁଲି ଘଟଣାରେ କଳହ ଲାଗିପାରେ। ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବା ହେତୁ ସାମୟିକ ବ୍ୟସ୍ତ ରହିପାରନ୍ତି। ମନ ବୁଝିଲା ଭଳି କଥା କହି ଅନ୍ୟକୁ ଆପଣାର କରିପାରନ୍ତି। ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଟିତ ହେବେ।
ସି˚ହ
ସି˚ହ
ଚତୁର୍ଥକୁ ଶୁକ୍ରଙ୍କ ଦୃଷ୍ଟି କର୍ମକ୍ଷେତ୍ର ଓ ପାରିବାରିକ ଜୀବନକୁ ଖୁସୀରେ କଟାଇବ। ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ ଅବଲମ୍ବନ କରିବାକୁ ପଡିପାରେ। କୌଣସି କଥାରେ ତରବର ହୋଇ କାମ କରନ୍ତୁ ନାହିଁ, ଅବଶ୍ୟ କର୍ମାରମ୍ଭର ପ୍ରଥମେ ପ୍ରଥମେ ସଂକଟର ସମ୍ମୁଖୀନ ହେବେ।
କନ୍ୟା
କେତୁଙ୍କ ଅବସ୍ଥାନ ପ୍ରଭାବରେ ପାରିବାରିକ ଅଶାନ୍ତି ଓ କଳହ ଦେଖାଦେବ। ବାକ୍‌ ଅସଂଯମତା ଯୋଗୁଁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ଶତ୍ରୁତା ହେତୁ କର୍ମ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି। ଅଫିସ୍‌ କାମରେ ଯେସାକୁ ତେସା ନୀତିରେ କାମ କରି ସମାଲୋଚିତ ହୋଇପାରନ୍ତି।
ତୁଳା
ତୁଳା
ସ୍ବଗୃହୀ ଶନି ଶତ୍ର ନକ୍ଷତ୍ରସ୍ଥ ଯୋଗୁଁ ପାରିବାରିକ ଜୀବନରେ ଛୋଟକଥାରୁ ଅଶାନ୍ତି ଉପୁଜିବ। ଶିଳ୍ପ,ବାଣିଜ୍ୟ, ବ୍ୟବସାୟରେ ଅଭୂତପୂର୍ବ ସଫଳତା ହାସଲ କରିବେ। ମାନସିକ ଅବସାଦ ଯୋଗୁଁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ମଙ୍ଗଳଙ୍କ ଦୃଷ୍ଟି ଭାଗ୍ୟସ୍ଥାନକୁ ଦେଖୁଥିବାରୁ ଯେଉଁ କାମ କରିବେ ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ନିଜର ପାଖ ଲୋକମାନେ ଈର୍ଷାପରାୟଣ ହୋଇ ଅପପ୍ରଚାର କରିପାରନ୍ତି। କ୍ରୀଡା କ୍ଷେତ୍ରରେ ସଫଳତା ମିଳିପାରେ। ଅନୁରାଧା ନକ୍ଷତ୍ର ପାରିବାରିକ ସମ୍ପର୍କକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।
ଧନୁ
ଧନୁ
ଶନି ଓ ରାହୁଙ୍କ କୁପ୍ରଭାବରେ ଅତି ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‌ ଧାରଣା ପୋଷଣ କରିପାରେ। କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ମାଲିମକଦ୍ଦମାରେ ଆପୋଷ ସମାଧାନ ଘଟିବାର ଆଶା ରହିଛି। ଛୋଟଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ ସୃଷ୍ଟି କରିପାରନ୍ତି।
ମକର
ମକର

ଶୁକ୍ରଙ୍କ ଶୁଭତ୍ୱରୁ ପୂର୍ବସ୍ଥିରୀକୃତ ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଅନ୍ୟମାନଙ୍କ କଥା ରକ୍ଷା କରିବାକୁ ଯାଇ ବନ୍ଧୁଦ୍ୱାରକୁ ଗମନ କରିବାକୁ ପଡିପାରେ। ସାମାଜିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।

କୁମ୍ଭ
କୁମ୍ଭ
ଧନସ୍ଥ ତୃତୀୟାଧିପ ହେତୁ ବନ୍ଧୁମାନଙ୍କ ସହଯୋଗରେ ଦୀର୍ଘଦିନରୁ ରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ। କେତେକ କ୍ଷେତ୍ରରେ ସବୁ ଜାଣି ଶୁଣି ନୀରବଦ୍ରଷ୍ଟା ଭଳି କାମ କରିବାକୁ ବାଧ୍ୟହେବେ।
ମୀନମୀନ

ଶୁକ୍ର ତୃତୀୟସ୍ଥ ଯୋଗୁଁ ଅନ୍ୟମାନଙ୍କୁ ମନେଇ ଆପଣାର କରିବାରେ ସମର୍ଥ ହେବେ। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ,ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ମିଳିବ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri