Posted inRasifala

ରାଶିଫଳ: ବୁଧବାର, ଅଗଷ୍ଟ ୫ ତାରିଖ – Daily Horoscope

ମେଷ
ଆଜିର ଏକାଦଶସ୍ଥ ଚନ୍ଦ୍ର ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ଶିଳ୍ପ,ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ। ନୂତନ ଗୃହୋପକରଣ କ୍ରୟ କରିପାରନ୍ତି।
ବୃଷ
ବୃଷ

କର୍ମସ୍ଥ ଚନ୍ଦ୍ର ପ୍ରଭାବରୁ ପରିବାର ସକାଶେ ପରିସ୍ଥିତି ତାଡନାରେ କେତେକ କାମ କରିବାକୁ ବାଧ୍ୟ ହେବେ। ଦୀର୍ଘଦିନରୁ ପରିକଳ୍ପନା କରିଥିବା ନୂତନ ଯୋଜନା ପାଇଁ ଅନୁକୂଳ ପରିବେଶ ସୃଷ୍ଟିହେବ। ସହକର୍ମୀଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ।

ମିଥୁନ
ମିଥୁନ
ଆର୍ଥିକ ଅଭାବ ଅନଟନ ମାନସିକ ଶାନ୍ତିକୁ ନଷ୍ଟକରିପାରେ। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। ସାମାଜିକ ସ୍ତରରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ପୁନର୍ବସୁ ନକ୍ଷତ୍ରର ବହୁ ବିଳମ୍ବରେ ହେଲେ ମଧ୍ୟ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବ।
କର୍କଟ
କର୍କଟ
ବୁଧାଦିତ୍ୟ ଯୋଗ ପ୍ରଭାବରୁ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ପ୍ରଶାସନିକ ସ୍ତରରେ, ସାଂଗଠନିକ ସ୍ଥିତିରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ସାଧାରଣ ଭାବରେ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେଇପାରେ।
ସି˚ହ
ସି˚ହ
କର୍ମ କ୍ଷେତ୍ରରେ ଆହ୍ବାନ ବ୍ୟତିରେକ ମଧ୍ୟସ୍ଥତା କରି ଅପମାନିତ ହୋଇପାରନ୍ତି। ପାରିବାରିକ ସ୍ତରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ବନ୍ଧୁମାନଙ୍କୁ କୌଶଳପୂର୍ଣ୍ଣ କଥା କହି ନିିଜର କାର୍ଯ୍ୟ ହାସଲ କରିନେବେ।
କନ୍ୟା
ପୂର୍ବରାଗ ଶୁଝାଇବାକୁ ଯାଇ ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ। ପୁରାତନ ରୋଗ, ଋଣ ଓ କାର୍ଯ୍ୟହାନି ଯୋଗୁ ଅଧିକାଂଶ ସମୟ ବ୍ୟସ୍ତ ରହିବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ତୁଳା
ତୁଳା
ରାହୁ ଦୃଷ୍ଟିରେ ଚନ୍ଦ୍ର ହେତୁ ବିଭିନ୍ନ ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିବ। ବନ୍ଧୁଙ୍କ ନିକଟରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ବିଛା
ବିଛା
ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟହାସଲ ସକାଶେ ନିଜର ଆତ୍ମୀୟ ମାନଙ୍କ ସହ ଆଲୋଚନା କରିପାରନ୍ତି। କର୍ମକ୍ଷେତ୍ରରେ ଶତ୍ରୁତା ପଥରୋଧ କରୁଥିବାର ସନ୍ଦେହ କରି ପଡୋଶୀଙ୍କ ସହ କଳହ ଲାଗିପାରେ। ଆଇନ, ଅଦାଲତ ଓ ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଉତ୍ତରାଷାଢା ନକ୍ଷତ୍ରର ମାନସିକ ଅବସାଦ ଯୋଗୁଁ କୌଣସି କାମ ଉତ୍ସାହପ୍ରଦ ହୋଇ ନ ପାରେ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ କୌଣସି ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଯିବାର ସୂଚନା ରହିଛି।
ମକର
ମକର

ପରିବାରରେ ସାଧାରଣ ଘଟଣାକୁ କେନ୍ଦ୍ରକରି ଅଶାନ୍ତି ଉପୁଜିପାରେ। ଶ୍ରବଣା ନକ୍ଷତ୍ରର ପ୍ରତିଯୋଗିତାରେ ସଫଳତା ଯୋଗୁଁ ମନ ଖୁସି ରହିବ। କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଯାତ୍ରା ସମୟରେ ଅନ୍ୟମନସ୍କ ରହି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ।

କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ସ୍ବାସ୍ଥ୍ୟହାନି, ଅର୍ଥାଭାବ, ପଡୋଶୀଙ୍କ କଳହ, ଆତ୍ମୀୟଙ୍କ ବେଖାତିର ଯୋଗୁ ମନ ଅଶାନ୍ତ ରହିବ।ଯାତ୍ରା, ବାଣିଜ୍ୟ, ପରିବହନ ବାଧାପ୍ରାପ୍ତ ହେବନାହିଁ।
ମୀନମୀନ

ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ଟେନ୍ସନ ଜମା ଛାଡିବ ନାହିଁ। ବନ୍ଧୁଙ୍କ ପରାମର୍ଶକୁ ଅନୁଧ୍ୟାନ କରି ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ଶତ୍ରୁମାନେ ବିଭିନ୍ନ ସମସ୍ୟା ସୃଷ୍ଟି କରିପାରନ୍ତି। ବନ୍ଧୁଙ୍କ ଦ୍ୱାରା ଅନୁପ୍ରାଣୀତ ହୋଇ ଆଧ୍ୟାତ୍ମିକ ଚିନ୍ତାଧାରାରେ ଉଦ୍‌ବୁଦ୍ଧ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri