

କର୍ମସ୍ଥ ଚନ୍ଦ୍ର ପ୍ରଭାବରୁ ପରିବାର ସକାଶେ ପରିସ୍ଥିତି ତାଡନାରେ କେତେକ କାମ କରିବାକୁ ବାଧ୍ୟ ହେବେ। ଦୀର୍ଘଦିନରୁ ପରିକଳ୍ପନା କରିଥିବା ନୂତନ ଯୋଜନା ପାଇଁ ଅନୁକୂଳ ପରିବେଶ ସୃଷ୍ଟିହେବ। ସହକର୍ମୀଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ।








ପରିବାରରେ ସାଧାରଣ ଘଟଣାକୁ କେନ୍ଦ୍ରକରି ଅଶାନ୍ତି ଉପୁଜିପାରେ। ଶ୍ରବଣା ନକ୍ଷତ୍ରର ପ୍ରତିଯୋଗିତାରେ ସଫଳତା ଯୋଗୁଁ ମନ ଖୁସି ରହିବ। କର୍ମକ୍ଷେତ୍ରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଯାତ୍ରା ସମୟରେ ଅନ୍ୟମନସ୍କ ରହି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ।


ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ଟେନ୍ସନ ଜମା ଛାଡିବ ନାହିଁ। ବନ୍ଧୁଙ୍କ ପରାମର୍ଶକୁ ଅନୁଧ୍ୟାନ କରି ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ଶତ୍ରୁମାନେ ବିଭିନ୍ନ ସମସ୍ୟା ସୃଷ୍ଟି କରିପାରନ୍ତି। ବନ୍ଧୁଙ୍କ ଦ୍ୱାରା ଅନୁପ୍ରାଣୀତ ହୋଇ ଆଧ୍ୟାତ୍ମିକ ଚିନ୍ତାଧାରାରେ ଉଦ୍ବୁଦ୍ଧ ହେବେ।

