Posted inRasifala

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ
ବଳବାନ୍‌ କର୍ମାଧିପତିଙ୍କ ସହ ଚତୁର୍ଥାଧିପ ହେତୁ ଆଜି ହଠାତ୍‌ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ ହୋଇଯିବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦବୃଦ୍ଧିର ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ହୋଇପାରେ।
ବୃଷ
ବୃଷ
ଭାଗ୍ୟାଧିପତିଙ୍କ ଶୁଭତ୍ୱ କାରଣରୁ ଯେ କୌଣସି ପ୍ରକାରର ପରିସ୍ଥିତି ମଧ୍ୟରେ ଆପଣ ପଛକୁ ଫେରିବେ ନାହିଁ। ବିଜୟର ଜୟଯାତ୍ରା କର୍ମକ୍ଷେତ୍ରକୁ ରୁଦ୍ଧିମନ୍ତ କରିବ। ପାରିବାରିକ କ୍ଷେତ୍ରର ବ୍ୟତିକ୍ରମଜନିତ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ। ମାତ୍ର ବିବାଦୀୟ ଘଟଣା ଓ ଆର୍ଥିକ ସମସ୍ୟାର ସମାଧାନ ଘଟିବ।
ମିଥୁନ
ମିଥୁନ
ଆଜିର ଚନ୍ଦ୍ର ଦୁଃସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟ ସମସ୍ୟା ମାନସିକ ଦୁଶ୍ଚିନ୍ତା ବୃଦ୍ଧି କରିବ। କୌଣସି କାମ ସହଜ କିମ୍ବା ସୁବିଧାରେ ହେବନାହିଁ । ମିତ୍ର ବନ୍ଧୁଙ୍କ ସହ ମନାନ୍ତର ଘଟିବାର ସମ୍ଭାବନା ରହିଛି । ପରୋକ୍ଷଶତ୍ରୁତା ଜନିତ ବାଣିଜ୍ୟ,ବ୍ୟବସାୟରେ ପ୍ରତିଦ୍ୱନ୍ଦିତା କ୍ରମଶଃ ବୃଦ୍ଧି ପାଇବ।
କର୍କଟ
କର୍କଟ
ଆଜିର ଗ୍ରହସ୍ଥିତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ। ଦୀର୍ଘଦିନର ସ୍ଥଗିତ କାମକୁ ଆରମ୍ଭ କରିବାର ଅନୁକୂଳ ବାତାବରଣ ସୃଷ୍ଟି ହେବ। ସହକର୍ମୀମାନେ ପ୍ରତ୍ୟେକ କ୍ଷେତ୍ରରେ ସହଯୋଗର ହାତ ବଢାଇବେ। ଆଜିର ପ୍ରତ୍ୟୁଷରୁ ଦୂରଯାତ୍ରା ଫଳପ୍ରଦ ହେବ।
ସି˚ହ
ସି˚ହ
ବିପରୀତ ରାଜଯୋଗ ପ୍ରଭାବରୁ ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଅର୍ଥ ସମ୍ପର୍କ ପ୍ରଭୃତି ପ୍ରତ୍ୟେକ ଦିଗରୁ ଶୁଭଫଳ ପାଇବେ। ଆକସ୍ମିକ ଭାବରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ଘରକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାର ଅବସର ପାଇବେ ନାହ।
କନ୍ୟା
ପାପଗ୍ରହ ମଧ୍ୟସ୍ଥ ଧନାଧିପ ଯୋଗୁ ଅସାବଧାନତା କାରଣରୁ ଧନହାନିର ସମ୍ଭାବନା ରହିଛି। ସ୍ଥଗିତ କାମଗୁଡିକ ଆଜି ପରିସ୍ଥିତିବଶତଃ ଓଲଟା ହେବାରୁ ଚିନ୍ତା ପ୍ରକଟ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ସାହିତ୍ୟ ଓ ଆଧ୍ୟାମତ୍ିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ତୁଳା
ତୁଳା
ଶନି ଦୃଷ୍ଟ ମଙ୍ଗଳ ଅର୍ଥ ସମ୍ବନ୍ଧିତ ସମସ୍ୟା କିମ୍ବା କଳହର କାରଣ ହୋଇପାରେ। ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତ, ନତୁବା ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିପାରନ୍ତି । କାର୍ଯ୍ୟ କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିପାରନ୍ତି। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
ବିଛା
ବିଛା
କେନ୍ଦ୍ରସ୍ଥ ମଙ୍ଗଳ ପ୍ରଭାବରେ ସ୍ଥଗିତ କାମଟିକୁ ହଠାତ୍‌ ଆରମ୍ଭକରିବାକୁ ମନ ବଳାଇବେ। ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ। ସାହାଯ୍ୟ ଈର୍ଷାପରାୟଣ ନିକଟ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ । କିନ୍ତୁ ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ, ଯାହା କି କାମକୁ ଆସିବ।
ଧନୁ
ଧନୁ
କେତୁଗ୍ରହ ଯୁକ୍ତ ବୃହସ୍ପତି ହେତୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ। ପୂର୍ବାଷାଢା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ନିର୍ମାଣ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚାପର ସମ୍ମୁଖୀନ ହୋଇପାରନ୍ତି। ଆଜିର ପ୍ରାତଃଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ।
ମକର
ମକର

ସ୍ବରାଶିସ୍ଥ ଶନି ପ୍ରଭାବରୁ ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ। କେତେକ କ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବ। ଘରେ ବନ୍ଧୁ ମିଳନଜନିତ ଆମୋଦ ପ୍ରମୋଦର ସୁଅ ଛୁଟିବ। ମନ ବୁଝିଲାଭଳି କଥା କହି ପାଖ,ପଡୋଶୀମାନେ ନିିଜର କାର୍ଯ୍ୟ ହାସଲ କରିନେବେ।

କୁମ୍ଭ
କୁମ୍ଭ
ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବା ସଙ୍ଗକୁ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। କର୍ମକ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ଶୃଙ୍ଖଳିତ ଜୀବନଚର୍ଯ୍ୟା ଓ ସଚେତନତାଜନିତ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।
ମୀନମୀନ

ଶୁକ୍ର ପ୍ରଭାବରେ ଯେ କୌଣସି କାର୍ଯ୍ୟାରମ୍ଭ ପାଇଁ ପ୍ରତିକୂଳ ସ୍ଥିତି ଉପୁଜିବ। ଦୀର୍ଘ ପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ପଦସ୍ଥବ୍ୟକ୍ତିଙ୍କ ସାହାଯ୍ୟରୁ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଜୁନ ୧୭ ତାରିଖ – Daily Horoscope

ମେଷ କେନ୍ଦ୍ରକୋଣାଧିପଙ୍କ ଅଷ୍ଟମଭାବ ସଂସ୍ଥିତି ବନ୍ଧୁମିଳନ ସଙ୍ଗକୁ ଆର୍ଥିକ ଅଭିବୃଦ୍ଧି କରାଇବ। ପାରିବାରିକ ସ୍ତରରେ ସାମୟିକ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦିନଟି ପ୍ରାୟତଃ ଭଲରେ...

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଅତ୍ୟଧିକ ଭ୍ରମଣଜନିତ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ। ଘର ସାଜସଜ୍ଜାରେ ମଜି ରହିପାରନ୍ତି। କେତେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ...

ରାଶିଫଳ: ରବିବାର, ମେ ୧୫ ତାରିଖ – Daily Horoscope

ମେଷ ଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭ କରି କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବ ନାହିଁ। ବନ୍ଧୁମାନଙ୍କ ପରାମର୍ଶାନୁସାରେ ପାରିବାରିକ ଝାମେଲା ସମାଧାନ...

ରାଶିଫଳ: ମଙ୍ଗଳବାର, ଜୁଲାଇ ୦୬ ତାରିଖ – Daily Horoscope

ମେଷ କାର୍ଯ୍ୟସିଦ୍ଧି କାରଣରୁ ମାନସିକ ପ୍ରଫୁଲ୍ଲତା ଅକ୍ଷୁଣ୍ଣ ରହିବ। ଧନସ୍ଥାନରେ ରାହୁ ଚନ୍ଦ୍ର ଅର୍ଥହାନି, ବୃଥା କଳହର କାରଣ ହୋଇପାରେ। ବନ୍ଧୁମାନଙ୍କ ପରାମର୍ଶ କ୍ରମେ ମନୋରଞ୍ଜନ...

ରାଶିଫଳ: ରବିବାର, ଜାନୁୟାରୀ ୩୦ ତାରିଖ – Daily Horoscope

ମେଷ ପାରିବାରିକ ଅଶାନ୍ତି ସାଙ୍ଗକୁ ପାଇବା ଜିନିଷ ଶେଷ ସମୟରେ ହରାଇବେ। ଭଲ ସମ୍ପର୍କ ନଥିବା ବନ୍ଧୁମାନେ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ...

ରାଶିଫଳ: ସୋମବାର, ନଭେମ୍ବର ୧୮ ତାରିଖ – Daily Horoscope

ମେଷ କଣସି ନୂଆ କାମଟିଏ ଆରମ୍ଭ କରିବା ସକାଶେ ବ୍ୟୟ ଅଟକଳ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ହୋଟେଲ ଶିଳ୍ପ,ଛୋଟ ଦୋକାନରୁ ସୁଫଳ ମିଳିବ। ଅଫିସ୍‌...

ରାଶିଫଳ: ଶନିବାର, ଫେବୃୟାରୀ ୬ ତାରିଖ– Daily Horoscope

ମେଷ ଆଜି ସନ୍ତାନଙ୍କ ସ୍ବାସ୍ଥ୍ୟହାନି ଦୁଶ୍ଚିନ୍ତାକୁ ବଢାଇ ଦେଇପାରେ। ଅତି ନିକଟତର ବନ୍ଧୁଙ୍କ ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା...

ରାଶିଫଳ: ସୋମବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ଷଷ୍ଠ ଚନ୍ଦ୍ର ପ୍ରଭାବରୁ ଦିନଟି ଭଲରେ ଅତିବାହିତ ହେବ ଓ ଶାରୀରିକ ସୁସ୍ଥତା ଯୋଗୁ ମନ ପ୍ରଫୁଲ୍ଲ ରହିବ। ପରିଜନଙ୍କ ସହ ସୁଖଭ୍ରମଣ...

Advertisement
Archives

Model This Week