Posted inRasifala

ରାଶିଫଳ: ଶୁକ୍ରବାର , ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ
କର୍ମସ୍ଥ ତିନୋଟି ଗ୍ରହ ପ୍ରଭାବରେ ଉପରିସ୍ଥଙ୍କ ତାଗିଦା କାରଣରୁ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ଅନ୍ୟାନ୍ୟ କ୍ଷେତ୍ରରେ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ। ଆନୁଷ୍ଠାନିକ କାମ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତ ହେବ। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ବୃଷ
ବୃଷ
ରାହୁ ଓ ମଙ୍ଗଳଙ୍କ ପ୍ରଭାବରୁ ବିବାଦମାନ ସ୍ଥିତିରୁ ସହସା ମୁକ୍ତି ମିଳିବ। କେତେକ କ୍ଷେତ୍ରରେ ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରିପାରନ୍ତି। କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଚାପର ସମ୍ମୁଖୀନ ହେବାକୁ ପଡ଼ିପାରେ। ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ।
ମିଥୁନ
ମିଥୁନ
ସକାଳୁ ସକାଳୁ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲିତ ହେବ। ଏକ ନିର୍ଦ୍ଦିଷ୍ଟ କାର୍ଯ୍ୟ ସକାଶେ ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। ପୁନର୍ବସୁ ନକ୍ଷତ୍ର ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବା ସଙ୍ଗକୁ ଦୂରଯାତ୍ରାର ସୁଯୋଗ ପାଇବେ।
କର୍କଟ
କର୍କଟ
ଦୀର୍ଘଦିନରୁ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ନୀଚସ୍ଥ ଚନ୍ଦ୍ର ଯୋଗୁଁ ସ୍ବାସ୍ଥ୍ୟରେ ଅବନ୍ନତି ଓ ବିବାଦୀୟ ଘଟଣାର ଅପଦସ୍ଥ ହେବେ। ପୁନର୍ବସୁ ନକ୍ଷତ୍ର କୃତି ଓ କୃତିତ୍ୱଲାଭ ସକାଶେ ମିଷ୍ଟାନ୍ନ ଲାଭରୁ ମନ ଖୁସି ରହିବ।
ସି˚ହ
ସି˚ହ
ଉଚ୍ଚରୋହୀ ରବିଙ୍କ ପ୍ରଭାବରେ ମାନସିକ ସ୍ଥିରତା ନ ରହିଲେ ମଧ୍ୟ ପ୍ରତ୍ୟେକ କାମ କରିବାକୁ ବାଧ୍ୟ ହେବେ। ସାଧାରଣ କଥାରେ ବନ୍ଧୁଙ୍କ ସହ ମାନମନାନ୍ତର ଦେଖା ଦେଇପାରେ। କୌତୁହଳବଶତଃ ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ସଭାସମିତିରେ ଯୋଗଦେଲେ ସଫଳତା ହାସଲ କରିବେ।
କନ୍ୟା
ସ୍ଥଗିତ କାମକୁ ପୂରାଦମ୍‌ରେ କରି ସଫଳତା ହାସଲ କରିବେ। ବନ୍ଧୁବର୍ଗଙ୍କ ଚର୍ଚ୍ଚାକୁ ନେଇ ପ୍ରଶଂସା ମୁଖର ହେବେ। ବନ୍ଧୁଙ୍କ ସହାୟତାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ନିଜ ପରିସରରେ ପ୍ରତିଷ୍ଠିତ ହେବା ସହିତ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି।
ତୁଳା
ତୁଳା
ପରିବାରର ବ୍ୟୟ ଭାର କ୍ରମଶଃ କମି ଆସିବାରୁ ଅସ୍ବସ୍ତି ଲାଭ କରିବେ। କାର୍ଯ୍ୟ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଦୀର୍ଘପଥ ଭ୍ରମଣ ହେତୁକ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ। ଘର ସାଜସଜ୍ଜାରେ ମଜି ରହିପାରନ୍ତି ଏବଂ ସ୍ବାସ୍ଥ୍ୟ ଓ କାର୍ଯ୍ୟହାନି ଘଟିବ।
ବିଛା
ବିଛା
ନୂତନ ଭାବରେ ହାତକୁ ନେଇଥିବା କାମଟିକୁ ପୂର୍ଣ୍ଣାଙ୍ଗ କରିବାରେ ସଫଳ ହେବେ। ସହକର୍ମୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଆଜିର ବାଣିଜ୍ୟ, ବ୍ୟବସାୟ ଦିଗଟି ମନ୍ଦ ହେବନି। ପରିବାରର ବରାଦ ମୁତାବକ ମନୋରଞ୍ଜନ ଜିନିଷ କ୍ରୟ କରିପାରନ୍ତି।
ଧନୁ
ଧନୁ
ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ହାସଲ କରିବେ। ଆବଶ୍ୟକତା ପୂରଣ ସକାଶେ ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଆନୁଷ୍ଠାନିକ କାମ, ଭ୍ରମଣ, ରାଜନୀତି, ପ୍ରଶାସନ ପାଇଁ ଭଲ। କର୍ମକ୍ଷେତ୍ରରୁ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ।
ମକର
ମକର
ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ଦୀର୍ଘ ଦିନ ଉପରାନ୍ତେ ପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ। ପ୍ରକାଶନ, କ୍ରୀଡା, ଚଳଚ୍ଚିତ୍ର ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ।
କୁମ୍ଭ
କୁମ୍ଭ
ପାରିବାରିକ ସ୍ତରରେ ଅତୀତକୁ ସ୍ମରଣ କରି ଅନୁତାପ କରିବାକୁ ପଡ଼ିପାରେ। ଆଜି ଅଫିସ୍‌ର ଅସଫଳ କାମଗୁଡିକର ସମୀକ୍ଷା କରିପାରନ୍ତି। ଅନ୍ୟ ଦ୍ୱାରା ପ୍ରଭାବିତ ହେଲେ ବହୁତ ଭୁଲ୍‌ କରିବେ। କଳା, ସାହିତ୍ୟରେ ଉନ୍ନତି କରି ପ୍ରଶଂସିତ ହେବାର ସୁଯୋଗ ପାଇବେ ।
ମୀନମୀନ
ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ପରେ ଅନୁତାପ କରିବାକୁ ସମୟ ପାଇବେ ନାହିଁ। ବିଶିଷ୍ଟ ବ୍ୟକ୍ତିଙ୍କ ପୃଷ୍ଠପୋଷକତାରୁ ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯାଇପାରେ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିବାର ସୂଚନା ରହିଛି। ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜୁଲାଇ ୧୬ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥାନ ହେତୁ ଆଜି ସକାଳୁ ସକାଳୁ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଘରର କେତେକ ରହିଯାଇଥିବା କାମକୁ କରିବା ସକାଶେ...

ରାଶିଫଳ: ବୁଧବାର, ନଭେମ୍ବର ୨ ତାରିଖ – Daily Horoscope

ମେଷ ନିଜର କାର୍ଯ୍ୟସାଧନ ସକାଶେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବବୋଧ ବିଶେଷ...

ରାଶିଫଳ: ଶନିବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ଚନ୍ଦ୍ର ପ୍ରଭାବରେ ଏକାଧାରରେ ଅର୍ଥଲାଭ ସାଙ୍ଗକୁ ବନ୍ଧୁସମ୍ପର୍କରୁ ଖୁସି ରହିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଭ୍ରାତୃବିବାଦ ଦେଖାଦେଇପାରେ। ଅନିଦ୍ରାଜନିତ କ୍ଳେଶ ଭୋଗିବାକୁ...

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଆପଣଙ୍କର ପ୍ରତ୍ୟେକ କାମରେ କିଛିଟା ଦ୍ୱନ୍ଦ୍ୱ ଓ ଆଶା ଆଶଙ୍କା ମଧ୍ୟରେ ମନ ହଲ୍‌ଚଲ୍‌ ହୋଇପାରେ। ସେହି କାମଟି ବାଧ୍ୟହୋଇ କରିବେ, କିନ୍ତୁ...

ରାଶିଫଳ: ବୁଧବାର, ଜୁଲାଇ ୩୧ ତାରିଖ – Daily Horoscope

ମେଷ ଆଜି ସମ୍ପର୍କୀୟ ଭାଇ, ପାଖ ପଡୋଶୀ, ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ସାହାଯ୍ୟରୁ କାମ ହାସଲ କରିବେ। କର୍ମକ୍ଷେତ୍ରରେ ଠିକ୍‌ ପରାମର୍ଶ ଦେଇ ଅନ୍ୟମାନଙ୍କ...

ରାଶିଫଳ: ଶନିବାର , ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ...

ରାଶିଫଳ: ଶନିବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ଦ୍ୱିଜା ନକ୍ଷତ୍ର ପରିବାର ସକାଶେ ଅଳ୍ପ ଖର୍ଚ୍ଚରେ ଆବଶ୍ୟକତା ପୂରଣ କରିନେବେ। ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ...

ରାଶିଫଳ: ବୁଧବାର, ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ ପାରିବାରିକ ପରିସ୍ଥିତି ବିଗିଡ଼ି ଯାଇଥିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।...

Advertisement
Archives

Model This Week