ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ, ସାପ୍ତାହିକ ସଂକ୍ରମଣ ୦.୧୨ ପ୍ରତିଶତ…

ନୂଆଦିଲ୍ଲୀ, ୭।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ମାମଲା ବଢ଼ିଛି। ଲଗାତାର ଦୁଇ ଦିନ ଧରି ଦୈନିକ ସଂକ୍ରମଣ ବୃଦ୍ଧି ପାଇଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ଶହ ଉପରେ ରହିଛି। ଏହା ୨୧୨ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୨୨୮ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୨ ହଜାର ୫୦୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୫୦୩ ଥିଲା। ସେହିପରି ୨୪ ଘଣ୍ଟାରେ ୨୦୪ଜଣ ସୁସ୍ଥ ହୋଇଛନ୍ତି।

ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୧୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୯ ହଜାର ୭୬୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୬ ହଜାର ୫୩୪ ଜଣ ସୁସ୍ଥ ହୋଇ ସାରିଛନ୍ତି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୨ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଡହ ଜଳଭଣ୍ଡାରରେ ପହଞ୍ଚିଲେ ଆର୍‌ଡିସି ବିଜୟ ଅମୃତା କୁଲାଙ୍ଗେ, ସ୍ଥିତି ସମୀକ୍ଷା କରି…

ଭଞ୍ଜନଗର,୧୮ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାବାସୀ ଗତବନ୍ୟାରୁ ମୁକୁଳି ନ ଥିବାବେଳେ ପୁଣି ଏକ ସମ୍ଭାବ୍ୟ ବାତ୍ୟା ଆଶଙ୍କା ସୃଷ୍ଟି ହୋଇଛି। ଆସନ୍ତା ୧୯ ଓ ୨୦ ତାରିଖ…

ବଡ଼ ଖବର, ନଭେମ୍ବର ୧୯ରେ ବନ୍ଦ ରହିବ UPI ସେବା

ନୂଆଦିଲ୍ଲୀ, ୧୮।୧୧: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (SBI) ଗ୍ରାହକଙ୍କ ପାଇଁ ଜରୁରୀ ସୂଚନା। ଆସନ୍ତା ନଭେମ୍ବର ୧୯ ତାରିଖରେ ପ୍ରାୟ ୪୫ ମିନିଟ୍‌ ପାଇଁ ବ୍ୟାଙ୍କର UPI…

ଚିଲିକାରେ ସମସ୍ତ ପ୍ରକାର ଡଙ୍ଗା ଚଳାଚଳ ବନ୍ଦ, ଜରୁରୀ ନିର୍ଦ୍ଦେଶନାମା ଜାରି କରି…

କୃଷ୍ଣପ୍ରସାଦ,୧୮।୧୧: ସମ୍ଭାବ୍ୟ ବାତ୍ୟା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଚିଲିକା ହ୍ରଦରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଯାତ୍ରୀ ଓ ପର୍ଯ୍ୟଟକମାନଙ୍କ ସୁରକ୍ଷା ନିମନ୍ତେ ସୋମବାରଠାରୁ…

ବିଶ୍ୱରେ ସବୁଠୁ ଅଧିକ ଖାଦ୍ୟ ନଷ୍ଟ କରେ ଏହି ଦେଶ, ଭାରତର ସ୍ଥାନ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୮।୧୧: ଦୁନିଆରେ ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଦୁଇ ଓଳି ଖାଇବାକୁ ପାଉନାହାନ୍ତି । ଭୋକିଲା ପେଟରେ ଶୋଇବାକୁ ବାଧ୍ୟ ହେଉଛନ୍ତି । ଅନ୍ୟପଟେ ପ୍ରତିବର୍ଷ…

Belonging: A Journey of Love: ବହିରୁ ୩କୋଟି ରୋଜଗାର କଲେଣି ସୋନିଆ ଗାନ୍ଧୀ? ସତ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୧୮।୧୧: ବହି ଲେଖିବା କେବଳ ଜଣେ ଲେଖକ ପାଇଁ ନିଜର କାହାଣୀ ଦୁନିଆରେ ପହଞ୍ଚାଇବାର ଜରିଆ ନୁହେଁ, ବରଂ ରୋଜଗାରର ଏକ ବଡ଼ ମାଧ୍ୟମ ମଧ୍ୟ ପାଲଟିପାରେ।…

IPLରୁ ସନ୍ନ୍ୟାସ ନେବା ପରେ ଏଭଳି ସେଲିବ୍ରେଶନ କଲେ ଧୋନୀ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୧୮।୧୧: IPLକୁ ଅଲ୍‌ବିଦା କହିବା ପରେ ନିଜ ଅବସରକୁ ନିଆରା ଢଙ୍ଗରେ ସେଲିବ୍ରେଟ୍‌ କରିଛନ୍ତି ଭାରତୀୟ କ୍ରିକେଟ୍‌ର ମହାନ ଖେଳାଳି ତଥା ଚେନ୍ନାଇ ସୁପର କିଙ୍ଗ୍ସର…

ଶ୍ରୀଗୁଣ୍ଡିଚା ମନ୍ଦିରରେ ୪ ଦିନ ଦର୍ଶନ ବନ୍ଦ, ପୁରୀ ଆସୁଥିଲେ ଜାଣି ରଖନ୍ତୁ…

ପୁରୀ,୧୮ା୧୧: ରାଜ୍ୟରେ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ଖରାପ ପାଗକୁ ଦୃଷ୍ଟିରେ ରଖି ପୁରୀର ଆରାଧ୍ୟ ସ୍ଥଳୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ବଡ଼…

ଯୁବପିଢିଙ୍କ ପାଇଁ ବଡ଼ ଖବର: ବଦଳିଲା ୨୫ବର୍ଷ ପୁରୁଣା ସରକାରୀ ଚାକିରି ନିୟମ, ଏମାନଙ୍କୁ ମିଳିବ…

ନୂଆଦିଲ୍ଲୀ,୧୮।୧୧: ମଧ୍ୟପ୍ରଦେଶର ଯୁବବର୍ଗ ଏବଂ ସରକାରୀ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ରାଜ୍ୟ ସରକାର ସରକାରୀ ଚାକିରିରେ ନିଯୁକ୍ତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?