୧୨୫ ଦିନ ପରେ ଦୈନିକ ସଂକ୍ରମଣ ସର୍ବନିମ୍ନ…

ନୂଆଦିଲ୍ଲୀ,୨୦।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ୧୨୫ ଦିନ ପରେ ଦେଶରେ ଦୈନିକ ସଂକ୍ରମଣ ସର୍ବନିମ୍ନ ହୋଇଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୯୩ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩୭୪ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୪୫ ହଜାର ୨୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ବଢ଼ିବାରେ ଲାଗିଛି। ଏହା ୯୭.୩୭ ପ୍ରତିଶତ ଛୁଇଁଛି। ଅପରପକ୍ଷରେ ୪ ଲକ୍ଷ ୬ ହଜାର ୧୩୦ ଜଣ ଚିକିତ୍ସିତ ହେଉଛନ୍ତି। ଦୈନିକ ପଜିଟିଭ୍‌ ହାର ୧.୬୮ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧. ୩୫ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୧୪ ହଜାର ୪୮୨ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୪୧ କୋଟି ୧୮ ଲକ୍ଷ ୪୬ ହଜାର ୪୦୧ ଜଣ ଲୋକଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୪୪ କୋଟି ୭୩ ଲକ୍ଷ ୪୧ ହଜାର ୧୩୩ ଲାକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩ ଲକ୍ଷ ୫୩ ହଜାର ୭୧୦ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ଅପରପକ୍ଷରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୧ ଲକ୍ଷ ୭୪ ହଜାର ୩୨୨ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପାର ସଫଳତା ହାର ୫୬ ପ୍ରତିଶତ, କଂଗ୍ରେସର…’: ମୋଦି

ନୂଆଦିଲ୍ଲୀ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସଂସଦୀୟ ଦଳ ବୈଠକରେ ଉଦବୋଧନ ଦେଇ କହିଛନ୍ତି ଯେ ସରକାର ଚଳାଇବା ପାଇଁ ଭାଜପା ଲୋକଙ୍କ ପ୍ରିୟ ପାଲଟିଛି।...

ରେଣୁକା ସିଂ ହେବେ ଛତିଶଗଡ଼ର ମୁଖ୍ୟମନ୍ତ୍ରୀ!

ରାୟପୁର,୭।୧୨: ଛତିଶଗଡ଼ରେ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଏବେ ବି ସସପେନ୍ସ ଜାରି ରହିଛି। ଭରତପୁର-ସୋନହତ ଆସନରୁ ନିର୍ବାଚନରେ ବିଜୟୀ ହୋଇଥିବା ରେଣୁକା ସିଂ ଗୁରୁବାର ଭାଜପା...

‘ନଓ୍ବାବ ମଲିକଙ୍କୁ ମେଣ୍ଟରେ ନେବା ଠିକ ହେବ ନାହିଁ’, ଅଜିତ ପାଓ୍ବାରଙ୍କୁ ଚିଠି ଲେଖିଲେ ଫଡନାଭିସ

ମୁମ୍ବାଇ,୭।୧୨: ମନି ଲଣ୍ଡରିଂ ମାମଲାରେ ୧୮ମାସ ଜେଲରେ ଥିବା ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ନଓ୍ବାବ ମଲିକ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ନେତୃତ୍ୱରେ ଜାତୀୟତାବାଦୀ କଂଗ୍ରେସ...

କ୍ଷମା ମାଗିଲେ ଭାଜପା ଏମପି

ନୂଆଦିଲ୍ଲୀ,୭।୧୨: ବିଏସପି ଏମପି ଦାନିଶ ଅଲିଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଭାଜପା ଏମପି ରମେଶ ବିଧୁରୀ କ୍ଷମା ମାଗିଛନ୍ତି। ପିଟିଆଇ ସୂତ୍ରରୁ ପ୍ରକାଶ ଯେ...

ଘର-ଜମି କିଣିବା ପୂର୍ବରୁ କରାଇ ନିଅନ୍ତୁ ଆଧାର ସହ ପାନ ଲିଙ୍କ: ନ ହେଲେ କଟିବ ଅଧିକ ଟିଡିଏସ…

ନୂଆଦିଲ୍ଲୀ,୭।୧୨ : ଭାରତୀୟ ନାଗରିକଙ୍କ ପାଇଁ ଆଧାର ଏବଂ ପାନ କାର୍ଡ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଗତ କିଛି ବର୍ଷ ଧରି ଏହି ଦୁଇକୁ ଲିଙ୍କ...

ନିଜ ପତ୍ନୀଙ୍କ ଠାରୁ ଗରିବ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ

ହାଇଦ୍ରାବାଦ,୭।୧୨: ରେଭନ୍ଥ ରେଡ୍ଡୀ ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ହାଇଦ୍ରାବାଦର ଏଲବି ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ତାମିଲାଇସାଇ ସୁନ୍ଦରରାଜ ତାଙ୍କୁ...

ଗିରିରାଜ ସିଂଙ୍କ ବିବାଦୀୟ ବୟାନ, ଫିଲ୍ମ ଫେଷ୍ଟିଭାଲରେ ମମତା ଠୁମକା ଲଗାଇବା ଉଚିତ ନୁହେଁ

ନୂଆଦିଲ୍ଲୀ,୭।୧୨: ଭାରତୀୟ ଜନତା ପାର୍ଟି ଏମପି ଗିରିରାଜ ସିଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନେଇ ବିବାଦୀୟ ବୟାନ ଦେଇଛନ୍ତି। କୋଲକାତା ଅନ୍ତରାଷ୍ଟ୍ରୀୟ ଫିଲ୍ମ ମହୋତ୍ସବରେ...

ଚା’ ସିଙ୍ଗଡାରେ ଶେଷ ହେଉଛି ଇଣ୍ଡିଆ ମେଣ୍ଟ ବୈଠକ: ଜେଡିୟୁ ନେତାଙ୍କ ମନ୍ତବ୍ୟ…

ପାଟନା,୭।୧୨ : ବିହାରର ଶାସକ  ଜେଡିୟୁ ଏମପି ସୁନୀଲ କୁମାର ପିଣ୍ଟୁ ବର୍ତ୍ତମାନ ଏକ ବିବାଦ ସୃଷ୍ଟି କରି କହିଛନ୍ତି। ସିଟ ବାଣ୍ଟିବା ପର୍ଯ୍ୟନ୍ତ ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri