ଦୈନିକ ସଂକ୍ରମଣ ୦.୩୨ ପ୍ରତିଶତ, ସ୍ଥିତି ଉପରେ ତୀକ୍ଷ୍‌ଣ ନଜର…

ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୩୨ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୨ ଶହ ତଳେ ରହିଛି। ଏହା କମି ୧୫୭ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୯୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ବଢ଼ି ୩ ହଜାର ୪୨୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୪୨୮ ଥିଲା। ସେହିପରି ୨୪ ଘଣ୍ଟାରେ ୧୯୦ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୯୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୯୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୭ ହଜାର ୪୫୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୩ ହଜାର ୩୪୨ ଜଣ ସୁସ୍ଥ ହୋଇ ସାରିଛନ୍ତି। ଗତ ୨୪ ଘଣ୍ଟାରେ ୪୯,୪୬୪ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?