୯ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୮।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୯ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୮ ହଜାର ୧୩ ରେ ପହଞ୍ଚିଛି। ଦେଶରେ କରୋନାରେ ଏହି ସମୟ ମଧ୍ୟରେ ୧୧୯ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟାରେ ୧୬ ହଜାର ୭୬୫ ଜଣ ସୁସ୍ଥ ହୋଇଛନ୍ତି।

ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧ ଲକ୍ଷ ୨ ହଜାର ୬୦୧ ରେ ପହଞ୍ଚିିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୩ ହଜାର ୮୪୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୯ ଲକ୍ଷ ୨୪ ହଜାର ୧୩୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୩ ଲକ୍ଷ ୭ ହଜାର ୬୮୬ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୭ କୋଟି ୫୦ ଲକ୍ଷ ଟପିଛି। ସେଥିମଧ୍ୟରେ ୯୦ କୋଟି ୯୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୬ କୋଟି ୪୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୨,୫୨୪ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୭୮୨ରେ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri