ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୮।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମି ଶହେ ତଳେ ରହିଛି। ଏହା ୯୬ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୮୯ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୭ ଶହ ଉପରେ ରହିଛି। ଏହା ୧ ହଜାର ୭୮୫ ରେ ପହଞ୍ଚିଛି। ଗୋଟିଏ ଦିନତଳେ ଏହା ୧ ହଜାର ୭୭୧ ଥିଲା। ସେହିପରି ୨୪ ଘଣ୍ଟାରେ ୮୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୩୫ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୪୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୩ ହଜାର ୬୩୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୧ ହଜାର ୧୦୮ଜଣ ସୁସ୍ଥ ହୋଇ ସାରିଛନ୍ତି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri