ଦୈନିକ ସଂକ୍ରମଣ ୧୨ ହଜାର ଟପିଲା…

ନୂଆଦିଲ୍ଲୀ, ୧୬।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ୧୨ ହଜାର ଟପିଛି। ଏହା ୧୨ ହଜାର ୨୧୩ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୧ ରେ ପହଞ୍ଚିଛି।

ଏହି ସମୟରେ ସକ୍ରିୟ ମାମଲା ପୁଣି ୫୮ ହଜାର ଟପିଛି। ଏଭଳି ଜାରି ରହିଲେ ଚଳିତ ସପ୍ତାହରେ ଏହା ୬୦ ହଜାର ଟପିବାର ଆଶଙ୍କା ରହିଛି। ଗତ ୨୪ ଘଣ୍ଟାରେ ଏହା ୫୮ ହଜାର ୨୧୫ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୭ ହଜାର ୬୨୪ ଜଣ ସୁସ୍ଥ ହୋଇଛନ୍ତି।

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୪,୦୨୪ ଜଣ, କେରଳରେ ୩,୪୮୮ ଜଣ, ଦିଲ୍ଲୀରେ ୧,୩୭୫ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କର୍ନାଟକରେ ୬୪୮ ଜଣ, ହରିୟାଣାରେ ୫୯୬ ଜଣ, ତାମିଲନାଡୁରେ ୪୭୬ ଜଣ, ଉତ୍ତରପ୍ରଦେଶରେ ୩୧୩ ଜଣ, ତେଲେଙ୍ଗାନାରେ ୨୦୫, ଗୁଜରାଟରେ ୧୮୪, ପଶ୍ଚିମବଙ୍ଗରେ ୨୩୦, ଗୋଆରେ ୧୦୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୮୦୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୨ ଲକ୍ଷ ୫୭ ହଜାର ୭୩୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୬ ଲକ୍ଷ ୭୪ ହଜାର ୭୧୨ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୫ କୋଟି ୭୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୭୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୩ କୋଟି ୬୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?