Posted inଜାତୀୟ

ହଜାରେ ମୁହାଁ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୭୫୪ ଆକ୍ରାନ୍ତ…

ନୂଆଦିଲ୍ଲୀ, ୧୬।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଏହା ହଜାରେ ମୁହାଁ ହେବାରେ ଲାଗିଛି। ଏହା ୭ ଶହ ଟପିଛି। ଗତ ୨୪ ଘଣ୍ଟାରେ ଏହା ୭୫୪ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୬୧୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫ ଥିଲା। ଏହି ସମୟରେ ସକ୍ରିୟ ମାମଲା ୪ ହଜାର ଉପରେ ରହିଛି। ଏହା ୪ ହଜାର ୬୨୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ହଜାର ୧୯୭ ଥିଲା। ସେହିପରି ୨୪ ଘଣ୍ଟାରେ ୩୨୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୩୧୯ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୯୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୯୨ ହଜାର ୭୧୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୭ ହଜାର ୨୯୭ ଜଣ ସୁସ୍ଥ ହୋଇ ସାରିଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri