ଦୈନିକ ସଂକ୍ରମଣ ୧୧ ହଜାର ତଳେ…

ନୂଆଦିଲ୍ଲୀ, ୨୭।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୧୧ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୧୦ ହଜାର୨୭୩ ରେ ପହଞ୍ଚିଛି। ଦେଶରେ କରୋନାରେ ଏହି ସମୟ ମଧ୍ୟରେ ୨୪୩ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟାରେ ୨୦ ହଜାର ୪୩୯ ଜଣ ସୁସ୍ଥ ହୋଇଛନ୍ତି।

ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧ ଲକ୍ଷ ୧୧ ହଜାର ୪୭୨ ରେ ପହଞ୍ଚିିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୩ ହଜାର ୭୨୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୯ ଲକ୍ଷ ୧୬ ହଜାର ୧୧୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୨ ଲକ୍ଷ ୯୦ ହଜାର ୯୨୧ ଜଣ ସୁସ୍ଥ ହୋଇ ସାରିଛନ୍ତି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୭ କୋଟି ୪୦ ଲକ୍ଷ ଟପିଛି। ସେଥିମଧ୍ୟରେ ୯୦ କୋଟି ୯୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୬ କୋଟି ୩୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୩,୨୬୨ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମିଜୋରାମ୍‌ ୯୦୧ ଏବଂ ମହାରାଷ୍ଟ୍ରରେ ୮୯୩ରେ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri