ଦୈନିକ ସଂକ୍ରମଣ ୧୯ ହଜାର ତଳେ…

ନୂଆଦିଲ୍ଲୀ,୧୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ଭିଡ଼କୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଦୈନିକ ସଂକ୍ରମଣ ୧୯ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୮ ହଜାର ୧୬୬ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୧୪ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୨୩ ହଜାର ୬୨୪ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୯୮ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୨ ଲକ୍ଷ ୩୦ ହଜାର ୯୧୫ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୯୦ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୦ ହଜାର ୫୮୯ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୯୪ କୋଟି ୭୦ ଲକ୍ଷ ୧୦ ହଜାର ୧୭୫ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୭୯ ଲକ୍ଷ ୧୨ ହଜାର ୨୦୨ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୮ କୋଟି ୨୫ ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୨ ଲକ୍ଷ ୮୩ ହଜାରରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୨ ଲକ୍ଷ ୭୧ ହଜାର ୯୧୫ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୯ ଲକ୍ଷ ୫୩ ହଜାର ୪୭୫ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯ ହଜାର ୪୭୦ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୧୦୧ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri