ଦୈନିକ ସଂକ୍ରମଣ ଅଢ଼େଇ ହଜାର ତଳେ, ମୃତ୍ୟୁ ସଂଖ୍ୟା ୧୩ …

ନୂଆଦିଲ୍ଲୀ, ୧୫।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ଅଢ଼େଇ ହଜାର ତଳେ ରହିଛି। ଏହା ୨ ହଜାର ୪୮୭ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୫ ତଳେ ରହିଛି। ଏହା ୧୩ରେ ପହଞ୍ଚିଛି।

ଏହି ସମୟରେ ସକ୍ରିୟ ମାମଲା ୧୮ ହଜାର ତଳେ ରହିଛି। ଏହା ୧୭ ହଜାର ୬୯୨ ରହିଛି। ସେହିପରି ୨୪ ଘଣ୍ଟାରେ ୨ ହଜାର ୮୭୮ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୨୧୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୨୧ ହଜାର ୫୯୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୭୯ ହଜାର ୬୯୩ ଜଣ ସୁସ୍ଥ ହୋଇ ସାରିଛନ୍ତି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୧ କୋଟି ୩୦ ଲକ୍ଷରୁ ଅଧିକ ଟପିଛି।

ସେଥିମଧ୍ୟରେ ୯୧ କୋଟି ୬୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୨ କୋଟିରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ ୬୭୩ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କେରଳରେ ୫୨୩ ଜଣ, ହରିୟାଣାରେ ୩୪୩ ଜଣ, ମହାରାଷ୍ଟ୍ରରେ ୨୪୮ ଜଣ, ଉତ୍ତରପ୍ରଦେଶରେ ୧୫୮ ଜଣ, କର୍ନାଟକରେ ୧୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri