ଟିକାଦାନ ସତ୍ତ୍ୱେ ଥମୁନି ଦୈନିକ ସଂକ୍ରମଣ-ମୃତ୍ୟୁସଂଖ୍ୟା…

ନୂଆଦିଲ୍ଲୀ, ୩୦।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧୩ ହଜାର ୧୫୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୬୮ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୭ ହଜାର ୩୪୭ ଜଣ ସୁସ୍ଥ ହୋଇଛନ୍ତି।

ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୮ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୮୨ ହଜାର ୪୦୨ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୬୮ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୭୯ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୪ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୦ ହଜାର ୮୬୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୮ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୪୩ କୋଟି ୮୩ ଲକ୍ଷ ୨୨ ହଜାର ୭୪୨ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୬୩ ଲକ୍ଷ ୯୧ ହଜାର ୨୮୨ ଲୋକଙ୍କ ଟିକାଦାନ କରାଯାଇଛି। ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୨ ଲକ୍ଷ ୫୮ ହଜାର ୭୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୭ କୋଟି ୫୨ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଟିକାଦାନ ସତ୍ତ୍ୱେ ଦୈନିକ ସଂକ୍ରମଣ-ମୃତ୍ୟୁସଂଖ୍ୟା ନ ଥମିବାରୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri