ଦୈନିକ ସଂକ୍ରମଣ ହାର ୦.୧୧ ପ୍ରତିଶତ,ସାପ୍ତାହିକ ସଂକ୍ରମଣ ୦.୧୦ ପ୍ରତିଶତ…

ନୂଆଦିଲ୍ଲୀ, ୨୨।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ବଢ଼ି ୧୫୦ ତଳେ ରହିଛି। ଏହା ୧୪୦ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୩୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧ ହଜାର ୯୬୦ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ହଜାର ୯୪୦ ଥିଲା। ସେହିପରି ୨୪ ଘଣ୍ଟାରେ ୧୧୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୩୫ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୩୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୧ ହଜାର ୯୨୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୯ ହଜାର ୨୨୮ ଜଣ ସୁସ୍ଥ ହୋଇ ସାରିଛନ୍ତି।
ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଭାରତରେ ସଂକ୍ରମଣ ହେବାର କୌଣସି ଆଶଙ୍କା ନ ଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ

ସିମ୍‌ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri