ଦୈନିକ ସଂକ୍ରମଣ ହାର ୦.୧୧ ପ୍ରତିଶତ…

ନୂଆଦିଲ୍ଲୀ, ୪।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ଶହେ ଟପିଛି ତଳେ ରହିଛି। ଏହା ୧୨୪ ଛୁଇଁଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୧୮ ଶହ ତଳେ ରହିଛି। ଏହା ୧ ହଜାର ୭୯୨ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୯୬ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୪୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୩ ହଜାର ୨୫୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୦ ହଜାର ୭୧୩ ଜଣ ସୁସ୍ଥ ହୋଇ ସାରିଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

‘୨୦୨୯ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ହେବେ INDIA ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’: ବଡ଼ ଦାବି କଲେ…

ନୂଆଦିଲ୍ଲୀ, ୧୬।୫: ଲୋକ ସଭା ନିର୍ବାଚନ ୨୦୨୯ ପାଇଁ ଏବେ ବି ସମୟ ବାକି ଅଛି। ତେବେ କଂଗ୍ରେସ ମଧ୍ୟରେ ଏବେଠାରୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ…

୬୦ ବର୍ଷ ବୟସ ପରେ ମାସିକ ୩୦୦୦ ଟଙ୍କା ପେନସନ ପାଇବେ ଚାଷୀ, ବୃଦ୍ଧାବସ୍ଥା ବେଳେ ସୁରକ୍ଷା ଯୋଗାଇବ ଏହି ଯୋଜନା

ନୂଆଦିଲ୍ଲୀ,୧୬।୫: ଚାଷକାର୍ଯ୍ୟରେ ପରିଶ୍ରମ ତ ବହୁତ ରହିଛି, କିନ୍ତୁ ବୟସ ବଢ଼ିବା ସହିତ ଶରୀର ପୂର୍ବ ଭଳି ସାଥ ଦିଏ ନାହିଁ। ଏହି କଥାକୁ ଦୃଷ୍ଟିରେ ରଖି…

ମହଜୁଦ ଅଛି ତେଲ, ତଥାପି ପମ୍ପ ବନ୍ଦ, ଭିଡ଼: ଭୟର ବାତାବରଣ

ଭୁବନେଶ୍ୱର,୧୬ା୫(ସୁନିତ୍‌ ମିଶ୍ର):ରାଜ୍ୟରେ ପେଟ୍ରୋଲ, ଡିଜେଲକୁ ନେଇ ଦେଖାଦେଇଥିବା ସମସ୍ୟା ସମାଧାନ ହୋଇପାରି ନାହିଁ। ରାଜ୍ୟର ପ୍ରାୟ ସବୁ ପମ୍ପରେ ଘଣ୍ଟା ଘଣ୍ଟା ଧରି ଲୋକମାନଙ୍କ ଲମ୍ବା ଧାଡ଼ି…

ଢୋଲମହୁଲ ଗୋଚର ଜମିରେ ବେଆଇନ ଆଡ଼ିବନ୍ଧ ନିର୍ମାଣ: ଖରିଫ ଚାଷ ପ୍ରଭାବିତ ଆଶଙ୍କା

ଲୋଇସିଂହା,୧୬।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ବୁର୍ଡା ମୌଜାର ଢୋଲମହୁଲ ଗୋଚର ଜମି ଉପରେ ଏବେ ଜମି ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ବର୍ଷ ବର୍ଷ ଧରି…

ରାସ୍ତା ମରାମତି ନାଁରେ ପ୍ରହସନ: ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି):ରାସ୍ତା ମରାମତି ପରିବର୍ତ୍ତେ କେବଳ ସୂଚନା ଫଳକରେ ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା କରାଯାଇଛି। ଏଭଳି ଘଟଣା ଥୁଆମୂଳ ରାମପୁର…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ ଧନସିଂ: ପରିବାର ଚଳାଇବା…

ନୂଆପଡ଼ା,୧୬ା୫ (ମକାରୁ ବେମାଲ):କେନ୍ଦ୍ର ଓ ରାଜ୍ୟ ସରକାର ଗରିବ, ଅସହାୟ, ଦିବ୍ୟାଙ୍ଗଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ପ୍ରଶାସନିକ ଅଧିକାରୀ, ନିର୍ବାଚିତ ପ୍ରତିନିଧିଙ୍କ ଆନ୍ତରିକତା…

ସରପଞ୍ଚଙ୍କ ନିଆରା ପ୍ରୟାସ: ଚାରିଆଡ଼ୁ ସାଉଁଟୁଛନ୍ତି ପ୍ରଶଂସା

ନୂଆପଡ଼ା,୧୬ା୫(ମକାରୁ ବେମାଲ):ନୂଆପଡ଼ା ଜିଲାରେ ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ମୁକ୍ତ ସମାଜ ଗଠନ ନିମନ୍ତେ ଚାଲିଥିବା ଏସ୍‌ୟୁପି ଫ୍ରି ନୂଆପଡ଼ା ଅଭିଯାନ ବର୍ତ୍ତମାନ ଏକ ଜନ ଆନ୍ଦୋଳନରେ…

କଳାହାଣ୍ଡିରେ ବାହାର ରାଜ୍ୟ କମ୍ପାନୀର କାୟାବିସ୍ତାର: ଚିନ୍ତିତ ନାହାନ୍ତି ଅଧିକାରୀ, କର୍ମଚାରୀ

ଭବାନୀପାଟଣା, ୧୬ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ କେନ୍ଦୁପତ୍ରକୁ ନେଇ ବହୁ କୋଟି ଟଙ୍କାର କାରବାର ଏବେ ସଙ୍କଟମୟ ସ୍ଥିତିରେ ଗତି କରୁଛି। ସରକାର ବିପୁଳ ପରିମାଣର ରାଜସ୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri