ଉପର ମୁହାଁ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୩।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ଶହେ ଉପରେ ରହିଛି। ଏହା ୧୯୩ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୨୫ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ପୁଣି ବଢ଼ି ୨ ହଜାର ରହିଛି। ଏହା ୨ ହଜାରରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ହଜାର ୯୩୫ ଥିଲା। ସେହିପରି ୨୪ ଘଣ୍ଟାରେ ୧୨୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୧୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୬୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୫ ହଜାର ୪୫୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୨ ହଜାର ୫୮୭ ଜଣ ସୁସ୍ଥ ହୋଇ ସାରିଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ: ଦୁଇ ବର୍ଷ ମଧ୍ୟରେ…ଶୁଣିଲେ ସରକାର ହେବେ ଛାନିଆ!

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri