ଉପର ମୁହାଁ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୩।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ଶହେ ଉପରେ ରହିଛି। ଏହା ୧୯୩ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୨୫ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ପୁଣି ବଢ଼ି ୨ ହଜାର ରହିଛି। ଏହା ୨ ହଜାରରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ହଜାର ୯୩୫ ଥିଲା। ସେହିପରି ୨୪ ଘଣ୍ଟାରେ ୧୨୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୧୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୬୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୫ ହଜାର ୪୫୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୨ ହଜାର ୫୮୭ ଜଣ ସୁସ୍ଥ ହୋଇ ସାରିଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ପାଇଁ ପୁଣି ଏକ ପ୍ରାର୍ଥୀ ତାଲିକା ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଆସନ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ପାଇଁ ଭାଜପାର ଆଉ ଏକ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ମହାରାଷ୍ଟ୍ରର ଗୋଟିଏ ଲୋକ ସଭା ଆସନ ପାଇଁ...

ମୋଦି-ଯୋଗୀଙ୍କୁ ଯିଏ ନିଜର ଭାବେ ନାହିଁ ସେ ନିଜ ପିତାଙ୍କୁ ମଧ୍ୟ ଆପଣାଇପାରିବ ନାହିଁ :ଭାଜପା ଏମ୍‌ପି ମନ୍ତବ୍ୟକୁ ନେଇ ଉଠିଲା ବିବାଦ

ଲକ୍ଷ୍ନୌ,୧୮।୪: ପଶ୍ଚିମ ୟୁପିରେ କ୍ଷତ୍ରିୟ ସମାଜର ଅସନ୍ତୋଷ ଭାରତୀୟ ଜନତା ପାର୍ଟିର ସମସ୍ୟାକୁ ବଢାଇ ଦେଇଛି। ଏହି ସମୟରେ ୟୁପିର ଗୌତମ ବୁଦ୍ଧ ନଗର ଲୋକ...

ପିଲାଙ୍କୁ ଦେଉଛନ୍ତି କି ସେରେଲାକ? ସାମ୍ନାକୁ ଆସିଲା ଚାଞ୍ଜଲ୍ୟକର ତଥ୍ୟ

ନୂଆଦିଲ୍ଲୀ,୧୮।୪: ଭାରତରେ ନେସଲେର ଦୁଇଟି ସର୍ବାଧିକ ବିକ୍ରି ହେଉଥିବା ବେବିଫୁଡ୍‌ ବ୍ରାଣ୍ଡରେ ବହୁ ପରିମାଣର ଚିନି ଥିବା ଦେଖିବାକୁ ମିଳିଛି। ସୁଇଜରଲାଣ୍ଡ କମ୍ପାନୀଗୁଡିକ ଉପରେ ନଜର...

ରାଜ୍ୟର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ

ନୂଆଦିଲ୍ଲୀ /ଭୁବନେଶ୍ୱର,୧୮।୪:ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି...

ଆସନ୍ତାକାଲି ଘଣ୍ଟାଏ ବନ୍ଦ ରହିବ ଟ୍ରେନ ରିଜର୍ଭଭେଶନ ସେବା

ନୂଆଦିଲ୍ଲୀ,୧୭।୪: ଯଦି ଆପଣ କୌଣସି ସ୍ଥାନକୁ ଟ୍ରେନରେ ଯିବା ପାଇଁ ରିଜର୍ଭଭେଶନ ଟିକେଟ୍‌ ବୁକ୍‌ କରୁଛନ୍ତି ତେବେ ଏହାକୁ ତୁରନ୍ତ କରିନିଅନ୍ତୁ । କାରଣ ବୈଷୟିକ...

‘ଆଚରଣ ବିଧି ଉଲଂଘନ କରନ୍ତୁ ନାହିଁ’, ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ନିର୍ବାଚନ ଆୟୋଗ ଦେଲେ ପରାମର୍ଶ

ନୂଆଦିଲ୍ଲୀ,୧୭।୪: ମତଦାନ ଦିନ କୁଚ ବିହାର ଗସ୍ତ ବାତିଲ କରିବାକୁ ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି ଆନନ୍ଦ ବୋଷଙ୍କୁ ପରାମର୍ଶ ଦେଇଛନ୍ତି ନିର୍ବାଚନ ଆୟୋଗ। ଏହି ନିର୍ବାଚନ...

ନାମାଙ୍କନ ଦାଖଲ କରି ଓହରିଲେ ଗୁଲାମ ନବୀ ଆଜାଦ, ଲଢିବେ ନାହିଁ ଲୋକ ସଭା ନିର୍ବାଚନ

ନୂଆଦିଲ୍ଲୀ, ୧୭।୪: ଡେମକ୍ରାଟିକ୍ ପ୍ରୋଗ୍ରେସିଭ ଆଜାଦ ପାର୍ଟି (DPAP) ମୁଖ୍ୟ ଗୁଲାମ ନବୀ ଆଜାଦ ୨୦୨୪ ନିର୍ବାଚନରେ ନ ଲଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାପୂର୍ବ ପୂର୍ବତନ...

ପ୍ରଥମ ପଯର୍‌ୟାୟ ମତଦାନ ପାଇଁ ପ୍ରଚାର ଶେଷ, ବହୁ ଭେଟେରାନଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୭।୪: ଆଉ ଦିନକ ପରେ ଆରମ୍ଭ ହେବାକୁ ଯାଉଛି ଲୋକ ସଭା ନିର୍ବାଚନ। ପ୍ରଥମ ପର୍ଯ୍ୟାୟ ଭୋଟ ଏପ୍ରିଲ ୧୯ରେ ହେବାକୁ ଯାଉଛି। ଏଥିପାଇଁ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri