କେରଳ ଯୋଗୁ ବଢୁଛି ଦୈନିକ ସଂକ୍ରମଣ-ମୃତ୍ୟୁସଂଖ୍ୟା…

ନୂଆଦିଲ୍ଲୀ,୨୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୪ ହଜାର ୩୦୬ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୪୪୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୧୮ ହଜାର ୭୬୨ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୧୮ ପ୍ରତିଶତ ରହିଛି। ୨୩୯ ଦିନ ପରେ ଏହା ସର୍ବନିମ୍ନ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୬୭ ହଜାର ୬୯୫ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୧.୨୪ ପ୍ରତିଶତରୁ କମ୍‌ ରହିଛି।

ଦୈନିକ ପଜିଟିଭିଟି ହାର ୧.୪୩ ରହିଛି। ସକ୍ରିୟ ମାମଲା ୦.୪୯ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୪ ହଜାର ୭୧୨ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୦୨ କୋଟି ୨୭ ଲକ୍ଷ ୧୨ ହଜାର ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୧୨ ଲକ୍ଷ ୩୦ ହଜାରରୁ ଅଧିକ ଜଣଙ୍କୁ ଟିକା ଦିଆଯାଇଛି।

ଅପରପକ୍ଷରେ ଇତିମଧ୍ୟରେ ୬୦କୋଟିରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୨ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୫ ଲକ୍ଷ ୬୭ ହଜାର ୩୬୭ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୧ ଲକ୍ଷ ୮୯ ହଜାର ୭୭୪ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳ ଯୋଗୁ  ଦୈନିକ ସଂକ୍ରମଣ ଏବଂ ମୃତ୍ୟୁସଂଖ୍ୟା ବଢୁଛି। ଗତ ୨୪ ଘଣ୍ଟାରେ କେରଳରେ ୮,୫୩୮ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟରେ ମୃତ୍ୟୁ ସଂଖ୍ୟା ୩୬୩ ରହିଛି। ଇତିମଧ୍ୟରେ ରାଜ୍ୟରେ ୪୯,୦୬,୧୨୫ ଲୋକ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ମୃତକଙ୍କ ସଂଖ୍ୟା ୨୮,୫୯୨ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri