କେରଳ ଯୋଗୁ ବଢୁଛି ଦୈନିକ ସଂକ୍ରମଣ-ମୃତ୍ୟୁସଂଖ୍ୟା…

ନୂଆଦିଲ୍ଲୀ,୨୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୪ ହଜାର ୩୦୬ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୪୪୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୧୮ ହଜାର ୭୬୨ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୧୮ ପ୍ରତିଶତ ରହିଛି। ୨୩୯ ଦିନ ପରେ ଏହା ସର୍ବନିମ୍ନ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୬୭ ହଜାର ୬୯୫ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୧.୨୪ ପ୍ରତିଶତରୁ କମ୍‌ ରହିଛି।

ଦୈନିକ ପଜିଟିଭିଟି ହାର ୧.୪୩ ରହିଛି। ସକ୍ରିୟ ମାମଲା ୦.୪୯ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୪ ହଜାର ୭୧୨ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୦୨ କୋଟି ୨୭ ଲକ୍ଷ ୧୨ ହଜାର ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୧୨ ଲକ୍ଷ ୩୦ ହଜାରରୁ ଅଧିକ ଜଣଙ୍କୁ ଟିକା ଦିଆଯାଇଛି।

ଅପରପକ୍ଷରେ ଇତିମଧ୍ୟରେ ୬୦କୋଟିରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୨ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୫ ଲକ୍ଷ ୬୭ ହଜାର ୩୬୭ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୧ ଲକ୍ଷ ୮୯ ହଜାର ୭୭୪ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳ ଯୋଗୁ  ଦୈନିକ ସଂକ୍ରମଣ ଏବଂ ମୃତ୍ୟୁସଂଖ୍ୟା ବଢୁଛି। ଗତ ୨୪ ଘଣ୍ଟାରେ କେରଳରେ ୮,୫୩୮ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟରେ ମୃତ୍ୟୁ ସଂଖ୍ୟା ୩୬୩ ରହିଛି। ଇତିମଧ୍ୟରେ ରାଜ୍ୟରେ ୪୯,୦୬,୧୨୫ ଲୋକ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ମୃତକଙ୍କ ସଂଖ୍ୟା ୨୮,୫୯୨ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri