ଦୈନିକ ସଂକ୍ରମଣ ପୁଣି ତଳମୁହାଁ…

ନୂଆଦିଲ୍ଲୀ,୧୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୬ ହଜାର ୮୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୪୯୩ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୭ ହଜାର ୯୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୪୫ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୮୫ ହଜାର ୩୩୬ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୦୫ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୨୧ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୩୧ ହଜାର ୨୨୫ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୫୪କୋଟି ୩୮ ଲକ୍ଷ ୪୬ ହଜାରରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୪୯ କୋଟି ୩୬ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୯ ଲକ୍ଷ ୨୩ ହଜାରରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୩ ଲକ୍ଷ ୭୬ ହଜାର ୧୫ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ମୋଟ ୩ କୋଟି ୨୧ ଲକ୍ଷ ୯୨ ହଜାର ୫୭୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ପୁଣିଥରେ ଭାରତକୁ ବଡ଼ ଝଟକା ଦେଲା ଚାଇନା! ଟ୍ରମ୍ପଙ୍କ ଟାରିଫ ମଧ୍ୟରେ ଗୋଟିଏ ବର୍ଷରେ ଦ୍ୱିତୀୟ ଥର ପହଞ୍ଚିଲା…

ବେଜିଂ,୨୦।୧୨: ଚାଇନା ପୁଣିଥରେ ଭାରତ ବିରୁଦ୍ଧରେ ବିଶ୍ୱ ବାଣିଜ୍ୟ ସଂଗଠନ (WTO) ପାଖକୁ ଯାଇଛି। ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ICT) ଉତ୍ପାଦ ଉପରେ ଲାଗୁ...

ହିନ୍ଦୁ ଯୁବକଙ୍କ ଉପରେ ଅତ୍ୟାଚାର ମାମଲାରେ ବାଂଲାଦେଶରେ ୭ ଗିରଫ, ବହୁ ଚର୍ଚ୍ଚା ପରେ ଶେଷରେ ନଇଁଲେ ୟୁନୁସ ସରକାର

ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ...

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri