ଦୈନିକ ସଂକ୍ରମଣ ପୁଣି ତଳମୁହାଁ…

ନୂଆଦିଲ୍ଲୀ,୧୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୬ ହଜାର ୮୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୪୯୩ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୭ ହଜାର ୯୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୪୫ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୮୫ ହଜାର ୩୩୬ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୦୫ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୨୧ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୩୧ ହଜାର ୨୨୫ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୫୪କୋଟି ୩୮ ଲକ୍ଷ ୪୬ ହଜାରରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୪୯ କୋଟି ୩୬ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୯ ଲକ୍ଷ ୨୩ ହଜାରରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୩ ଲକ୍ଷ ୭୬ ହଜାର ୧୫ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ମୋଟ ୩ କୋଟି ୨୧ ଲକ୍ଷ ୯୨ ହଜାର ୫୭୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri