ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୮ ହଜାର ୩୫୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୪୯୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୪୦ ହଜାର ୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୪୫ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୮୬ ହଜାର ୩୫୧ ଜଣ ଚିକିତ୍ସିତ ହେଉଛନ୍ତି। ଦୈନିକ ପଜିଟିଭ୍‌ ହାର ୧.୩୦ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୨୧ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୨୯ ହଜାର ୧୭୯ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୫୧ କୋଟି ୯୦ ଲକ୍ଷରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୪୮ କୋଟି ୫୦ ଲକ୍ଷ ୫୬ ହଜାର ୫୦୭ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୭ ଲକ୍ଷ ୭୭ ହଜାର ୯୬୨ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୨ ଲକ୍ଷ ୨୦ ହଜାର ୯୮୧ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ମୋଟ ୩ କୋଟି ୨୦ ଲକ୍ଷ ୩୬ ହଜାର ୫୧୧ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର କେତେକ ଅଞ୍ଚଳରେ ଅନ୍‌ଲକ୍‌ ଯୋଗୁ ଲୋକଙ୍କ ଭିଡ଼ ବଢ଼ିବାରେ ଲାଗିଛି। କରୋନା ମାର୍ଗଦର୍ଶିକା ପାଳନ ନ କରାଯାଉଥିବାରୁ ସଂକ୍ରମଣ ବୃଦ୍ଧି ପାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri