ଦୈନିକ ସଂକ୍ରମଣ ପୁଣି ବଢୁଛି…

ନୂଆଦିଲ୍ଲୀ,୧୮।୯: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି। ଫଳରେ ଲୋକେ ତୃତୀୟ ଲହର ନେଇ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ପୁଣି ଉପରମୁହାଁ ହୋଇଛି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ହଜାର ୨୬୦ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୧୩୧ ଛୁଇଁଛି।

ଦେଶରେ ଏହି ସମୟ ମଧ୍ୟରେ କରୋନାରେ ୨୮୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୫ ହଜାର ୬୬୨ ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୩ ହଜାର ୭୯୮ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୪ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୪୦ ହଜାର ୬୯୩ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୧୩ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୪ ହଜାର ୫୨୯ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୭୯ କୋଟି ୩୩ ଲକ୍ଷରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୨ କୋଟି ୫୦ଲକ୍ଷରୁ ଅଧିକ ଜଣଙ୍କୁ ଟିକା ଦିଆଯାଇଛି।

ଅପରପକ୍ଷରେ ଇତିମଧ୍ୟରେ ୫୫ କୋଟି ୭ ଲକ୍ଷ ୮୦ ହଜାର ୨୭୩ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୪ ଲକ୍ଷ ୪୮ ହଜାର ୮୩୩ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୬ ଲକ୍ଷ ୩୨ ହଜାର ୨୨୨ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୪ ଲକ୍ଷ ୧୭ ହଜାର ୩୯୦ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri