ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୩୦।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଲଗାତାର ୨ ଦିନ ଧରି ୨୦ ହଜାର ତଳେ ରହିବା ପରେ ପୁଣି ବଢ଼ିଛି। କେରଳ ସ୍ଥିତି ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ କରୋନାରେ ୩୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ହଜାର ୫୨୯ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୨୮ ହଜାର ୭୧୮ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୭୮ ପ୍ରତିଶତ ରହିଛି। ଅପରପକ୍ଷରେ ୨ ଲକ୍ଷ ୭୭ ହଜାର ୨୦ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୯୦ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୮ ହଜାର ୬୨ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୮୮ କୋଟି ୩୪ ଲକ୍ଷ ୭୦ ହଜାର ୫୭୮ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୬୫ ଲକ୍ଷ ୩୪ ହଜାର ୩୦୬ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୬ କୋଟି ୮୯ ଲକ୍ଷ ୫୬ ହଜାର ୪୩୯ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୫ ଲକ୍ଷ ୬ ହଜାର ୨୪୫ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୦ ଲକ୍ଷ ୧୪ ହଜାର ୮୯୮ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୭ ଲକ୍ଷ ୩୯ ହଜାର ୯୮୦ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୨ହଜାର ୧୬୧ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୧୫୫ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri