ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୩୦।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଲଗାତାର ୨ ଦିନ ଧରି ୨୦ ହଜାର ତଳେ ରହିବା ପରେ ପୁଣି ବଢ଼ିଛି। କେରଳ ସ୍ଥିତି ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ କରୋନାରେ ୩୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ହଜାର ୫୨୯ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୨୮ ହଜାର ୭୧୮ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୭୮ ପ୍ରତିଶତ ରହିଛି। ଅପରପକ୍ଷରେ ୨ ଲକ୍ଷ ୭୭ ହଜାର ୨୦ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୯୦ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୮ ହଜାର ୬୨ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୮୮ କୋଟି ୩୪ ଲକ୍ଷ ୭୦ ହଜାର ୫୭୮ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୬୫ ଲକ୍ଷ ୩୪ ହଜାର ୩୦୬ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୬ କୋଟି ୮୯ ଲକ୍ଷ ୫୬ ହଜାର ୪୩୯ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୫ ଲକ୍ଷ ୬ ହଜାର ୨୪୫ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୦ ଲକ୍ଷ ୧୪ ହଜାର ୮୯୮ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୭ ଲକ୍ଷ ୩୯ ହଜାର ୯୮୦ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୨ହଜାର ୧୬୧ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୧୫୫ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri