ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୪।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୮ ହଜାର ୯୮୭ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୪୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧୯ ହଜାର ୮୦୮ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୨ ଲକ୍ଷ ୬ ହଜାର ୫୮୬ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୬୭ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୧ ହଜାର ୧୮୯ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୯୬ କୋଟି ୪୩ ଲକ୍ଷ ୭୯ ହଜାର ୨୧୨ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୩୫ ଲକ୍ଷ ୬୬ ହଜାର ୩୪୭ ଜଣଙ୍କୁ ଟିକା ଦିଆଯାଇଛି।

ଅପରପକ୍ଷରେ ଇତିମଧ୍ୟରେ ୫୮ କୋଟି ୮୨ ଲକ୍ଷ ୨୦ ହଜାର ୯୯୭ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୩ ଲକ୍ଷ ୧ ହଜାର ୮୩ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୩ ଲକ୍ଷ ୬୨ ହଜାର ୭୦୯ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି।

ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୦ ଲକ୍ଷ ୧ ହଜାର ୭୪୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ହଜାର ୭୯ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୧୨୩ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?