ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୯।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇଛି। ଲଗାତାର ୧୮ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିବା ପରେ ବଢ଼ିଛି। ଗତ ୨୪ ଘଣ୍ଟାରେ ୯ ହଜାର ୧୯୫ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୦୨ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୭ ହଜାର ୩୪୭ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୪୦ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୭୭ ହଜାର ୨ ରହିଛି।

ସାପ୍ତାହିକ ପଜିଟିଭ୍‌ ହାର ୦.୬୮ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୭୯ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୨ ପ୍ରତିଶତରେ ପହଞ୍ଚିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୦ ହଜାର ୨୯୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୮ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୪୩ କୋଟି ୧୫ ଲକ୍ଷରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୨ ଲକ୍ଷ ୫୧ ହଜାର ୨୯୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୭ କୋଟି ୫୨ ଳକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri