ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୯।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇଛି। ଲଗାତାର ୧୮ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିବା ପରେ ବଢ଼ିଛି। ଗତ ୨୪ ଘଣ୍ଟାରେ ୯ ହଜାର ୧୯୫ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୦୨ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୭ ହଜାର ୩୪୭ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୪୦ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୭୭ ହଜାର ୨ ରହିଛି।

ସାପ୍ତାହିକ ପଜିଟିଭ୍‌ ହାର ୦.୬୮ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୭୯ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୨ ପ୍ରତିଶତରେ ପହଞ୍ଚିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୦ ହଜାର ୨୯୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୮ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୪୩ କୋଟି ୧୫ ଲକ୍ଷରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୨ ଲକ୍ଷ ୫୧ ହଜାର ୨୯୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୭ କୋଟି ୫୨ ଳକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭାଇରସ୍‌ ଯୋଗୁ ଅସ୍ଥାୟୀ ଭାବେ ବନ୍ଦ ହେଲା ଏମ୍ସର ଓପିଡି ସେବା

ନୂଆଦିଲ୍ଲୀ,୨୩।୩: ଦେଶରେ କରୋନା ଭାଇରସ୍‌ର ପ୍ରକୋପକୁ ଦେଖି ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ (ଏମ୍ସ) ସୋମବାରଠାରୁ ନିୟମିତ ରୋଗୀଙ୍କ ପାଇଁ ସମସ୍ତ ଓପିଡି...

ଘର ବାହୁଡ଼ା ପରେ ହଟିଲା ଜେଡ୍‌ ସିକ୍ୟୁରିଟି

କୋଲକାତା,୧୭।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ ଛାଡ଼ି ଭାଜପାର ହାତ ଧରିଥିଲେ ମୁକୁଲ ରୟ। ହେଲେ ନିକଟରେ ପୁଣି ଥରେ ତାଙ୍କର ଘର...

ଜମ୍ମୁ-କଶ୍ମୀର ଏଲ୍‌ଜି ଗିରୀଶ ମୁର୍ମୁଙ୍କ ଇସ୍ତଫା

ନୂଆଦିଲ୍ଲୀ,୬ା୮ : ଜମ୍ମୁ-କଶ୍ମୀରର ପ୍ରଥମ ଉପରାଜ୍ୟପାଳ (ଏଲ୍‌ଜି) ଗିରୀଶ ଚନ୍ଦ୍ର ମୁର୍ମୁ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ...

ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ନ ହେବାରୁ ଶିବସେନା ସମର୍ଥକଙ୍କ ଆତ୍ମହତ୍ୟା ଉଦ୍ୟମ

ମୁମ୍ବାଇ, ୨୪।୧୧: ମହାରାଷ୍ଟ୍ରରେ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେଙ୍କ ମୁଖ୍ୟମନ୍ତ୍ରୀ ହେବା ସ୍ବପ୍ନ ଭାଙ୍ଗି ଯାଇଛି। ଦେବେନ୍ଦ୍ର ଫଡନବୀଶ ଲଗାତର ଦ୍ୱିତୀୟଥର ପାଇଁ ମୁଖ୍ୟମନ୍ତ୍ରୀ ହେବା...

ଗୋଟିଏ ବର୍ଷରେ ୧.୫୮ ଲକ୍ଷ ବାଇକ୍‌ ଦୁର୍ଘଟଣା, ୫୬ ହଜାର ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୩୦।୩: ଦେଶରେ ସଡ଼କ ଦୁର୍ଘଟଣା ଦ୍ରୁତ ଗତିରେ ବଢିଚାଲିଛି। ସଡକ ପରିବହନ ମନ୍ତ୍ରୀ ନିତିନ ଗଡକରୀ ବୁଧବାର ସଂସଦରେ କହିଛନ୍ତି, ୨୦୨୦ରେ ଭାରତରେ ୧,୫୮,୯୬୪ ଦୁଇ...

ବଢ଼ିବ ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ ସୀମା

ନୂଆଦିଲ୍ଲୀ, ୧୩।୧୨(ପି.ଟି.): ଲୋକ ସଭା ଓ ବିଧାନସଭା ନିର୍ବାଚନ ଲଢ଼ୁଥିବା ପ୍ରାର୍ଥୀଙ୍କର ଖର୍ଚ୍ଚ ସୀମା କେତେ ହେବା ଆବଶ୍ୟକ ଏନେଇ ନିର୍ବାଚନ କମିଶନ (ଇସି) ସ୍ବୀକୃତିପ୍ରାପ୍ତ...

ହଜ ଯାତ୍ରା ଉପରେ ଲାଗିଥିବା ପ୍ରତିବନ୍ଧକ ହଟିଲା: ନଭେମ୍ବର ୭ରୁ ୧୦ଯାଏଁ କରିପାରିବେ ଆବେଦନ

ନୂଆଦିଲ୍ଲୀ,୬।୧୧: ହଜ ଯାତ୍ରା ପାଇଁ ପ୍ରସ୍ତୁତି ଚଳାଇଥିବା ଯାତ୍ରୀଙ୍କ ପାଇଁ ଖୁସି ଖବର। ହଜ କମିଟି ଅଫ୍‌ ଇଣ୍ଡିଆ ପକ୍ଷରୁ ହଜ ଯାତ୍ରା ୨୦୨୧ ପାଇଁ...

ଦିନକରେ ରାଜ୍ୟରେ ୫୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮।୫(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା ୨୧୯ ଥିବାବେଳେ ଶୁକ୍ରବାର ଗୋଟିଏ ଦିନରେ ୫୨ କରୋନା ପଜିଟିଭ...

Advertisement
Archives

Model This Week