ପୁଣି ବଢ଼ିଲା ଦୈନିକ ସଂକ୍ରମଣ …

ନୂଆଦିଲ୍ଲୀ, ୬।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ହଜାରେ ତଳେ ରହିବା ପରେ ପୁଣି ବଢ଼ିଛି। ଏହା ହଜାରେ ୮୬ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୭୧ ରହିଛି।

ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧୫ ହଜାର ତଳେ ରହିଛି। ଏହା ୧୧ ହଜାର ୮୭୧ ରହିଛି। ସେହିପରି ୨୪ ଘଣ୍ଟାରେ ୧ ହଜାର ୧୯୮ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୪୮୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୩୦ ହଜାର ୯୨୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୪ ଲକ୍ଷ ୯୭ ହଜାର ୫୬୭ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୫ କୋଟିରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୩୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୯ କୋଟି ୭୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୩୫୪ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମିଜୋରାମ୍‌ରେ ୧୪୯, ମହାରାଷ୍ଟ୍ରରେ ୧୩୬ ଜଣ ଏବଂ ଦିଲ୍ଲୀରେ ୧୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri