ଦୈନିକ ସଂକ୍ରମଣ ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୭।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୯୨୭ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୨ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା କମିଛି। ଏହି ସମୟରେ ସକ୍ରିୟ ମାମଲା ୧୬ ହଜାର ଟପିଛି। ଏହା ୧୬ ହଜାର ୨୭୯ ରହିଛି।

ସେହିପରି ୨୪ ଘଣ୍ଟାରେ ୨ ହଜାର ୨୫୨ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୩ ହଜାର ୬୫୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୬୫ ହଜାର ୪୯୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୨୫ ହଜାର ୫୬୩ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ସର୍ବାଧିକ ୧,୨୦୪ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୫୧୭ ଜଣ, କେରଳରେ ୨୫୫ ଜଣ, ଉତ୍ତରପ୍ରଦେଶରେ ୨୦୧ ଜଣ, ମିଜୋରାମ୍‌ରେ ୧୬୪ ଜଣ ଏବଂ ମହାରାଷ୍ଟ୍ରରେ ୧୫୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୮ କୋଟି ୨୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୪୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୦ କୋଟି ୯୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri