ଦୈନିକ ସଂକ୍ରମଣ ଦେଶରେ ୩୩ ହଜାର ଉପରେ, କେରଳରେ ୨୫ ହଜାର…

ନୂଆଦିଲ୍ଲୀ,୧୧।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ତେବେ ତୃତୀୟ ଲହର ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। କେରଳ ଏବଂ ମହାରାଷ୍ଟ୍ରର ନାଗପୁରରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏନେଇ ସରକାରଙ୍କ ଚିନ୍ତା ବଢୁିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ୧୦ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୧୭୭ ରହିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୦୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ହଜାର ୩୭୬ ରେ ପହଞ୍ଚିଛି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୨ ହଜାର ୧୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୪୮ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୯୧ ହଜାର ୫୧୬ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୧୮ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୨ ହଜାର ୩୧୭ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୭୩ କୋଟି ୫ ଲକ୍ଷ ୮୯ ହଜାର ୬୮୮ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୬୫ ଲକ୍ଷ ୨୭ ହଜାର ୧୭୫ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୩ କୋଟି ୬୮ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୮ ଲକ୍ଷ ୧୭ ହଜାରରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୩ ଲକ୍ଷ ୭୪ ହଜାର ୪୯୭ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୨ ଲକ୍ଷ ୮ ହଜାର ୩୩୦ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦ ହଜାର ୧୯୬ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୧୮୧ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri