୧୫ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ପାର୍ବଣ ଯୋଗୁ ବୃଦ୍ଧି ପାଉଥିବା ଭିଡ଼କୁ ନେଇ ସଂକ୍ରମଣ ବଢ଼ିବାର ଆଶଙ୍କା ବଢ଼ିବାରେ ଲାଗିଛି। ଦୈନିକ ସଂକ୍ରମଣ ୧୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୪ ହଜାର ୧୪୬ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୪୪ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୧୯ ହଜାର ୭୮୮ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୦୮ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୯୫ ହଜାର ୮୪୬ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୨ ପ୍ରତିଶତରୁ କମ୍‌ ରହିଛି। ସକ୍ରିୟ ମାମଲା ୦.୫୯ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୨ ହଜାର ୧୨୪ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୯୭ କୋଟି ୬୫ ଲକ୍ଷ ୮୯ ହଜାର ୫୪୦ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୪୧ ଲକ୍ଷ ୨୦ ହଜାର ୭୭୨ ଜଣଙ୍କୁ ଟିକା ଦିଆଯାଇଛି।

ଅପରପକ୍ଷରେ ଇତିମଧ୍ୟରେ ୫୯ କୋଟିରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୯ ଲକ୍ଷରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୪ ଲକ୍ଷ ୧୯ ହଜାର ୭୪୯ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି।

ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୦ ଲକ୍ଷ ୬୭ ହଜାର ୭୧୯ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ୯୯୫ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୫୭ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri