୨୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୨୦ ହଜାର ତଳେ ରହିଛି। ୨୦୩ ଦିନ ପରେ ଦୈନିକ ସଂକ୍ରମଣ କମି ୧୮ ହଜାର ୮୩୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୭୮ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୨୪ ହଜାର ୭୭୦ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୯୩ ପ୍ରତିଶତ ରହିଛି। ଅପରପକ୍ଷରେ ୨ ଲକ୍ଷ ୪୬ ହଜାର ୬୮୭ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୯୦ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୯ ହଜାର ୫୩୮ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୯୧ କୋଟିରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୭୨ ଲକ୍ଷ ୫୧ ହଜାର ୪୧୯ ଜଣଙ୍କୁ ଟିକା ଦିଆଯାଇଛି।

ଅପରପକ୍ଷରେ ଇତିମଧ୍ୟରେ ୫୭ କୋଟି ୬୮ ଲକ୍ଷ ୩ ହଜାର ୮୬୭ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୪ ଲକ୍ଷ ୯ ହଜାର ୮୨୫ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୧ ଲକ୍ଷ ୭୫ ହଜାର ୬୬୫ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି।

ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୮ ଲକ୍ଷ ୭୧ ହଜାର ୮୮୧ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯ ହଜାର ୭୩୫ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୧୫୧ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri