୨୫ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ କମିଲେ ପୁଣି ବଢୁଛି। କେରଳ ସ୍ଥିତି ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ୧୯୭ ଦିନ ପରେ ଦେଶରେ ଦୈନିକ ସଂକ୍ରମଣ ସର୍ବନିମ୍ନ ରହିଛି। ଦୈନିକ ସଂକ୍ରମଣ ୨୫ ହଜାର ତଳେ ରହିଛି।

ଗତ ୨୪ ଘଣ୍ଟାରେ ଦେଶରେ କରୋନାରେ ୨୩୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୩୫୪ ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୨୮ ହଜାର ୭୧୮ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୭୮ ପ୍ରତିଶତ ରହିଛି। ଅପରପକ୍ଷରେ ୨ ଲକ୍ଷ ୭୩ ହଜାର ୮୮୯ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୯୦ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୮ ହଜାର ୫୭୩ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୮୯ କୋଟି ୭୪ ଲକ୍ଷ ୮୧ ହଜାର ୫୫୪ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୬୯ ଲକ୍ଷ ୩୩ ହଜାର ୮୩୮ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୭ କୋଟି ୧୯ ଲକ୍ଷ ୯୪ ହଜାର ୯୯୦ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୪ ଲକ୍ଷ ୨୯ ହଜାର ୨୫୮ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୦ ଲକ୍ଷ ୧୪ ହଜାର ୮୯୮ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି।

ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୭ ଲକ୍ଷ ୬୬ ହଜାର ୭୦୭ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ହଜାର ୮୩୪ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୯୫ ଛୁଇଁଛି।

 


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri