Posted inଜାତୀୟ

୩ଶହ ତଳେ ଦୈନିକ ସଂକ୍ରମଣ, ସକ୍ରିୟ ମାମଲା ୪ ହଜାରରୁ କମ…

ନୂଆଦିଲ୍ଲୀ, ୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୪ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମି ୩ ଶହ ତଳେ ରହିଛି। ଗତ ୨୪ ଘଣ୍ଟାରେ ଏହା ୨୮୭ ଛୁଇଁଛି। ଗୋଟିଏ ଦିନତଳେ ଏହା ୩୦୯ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ୩ ହଜାର ୯୨୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ହଜାର ୨୨୨ ଥିଲା। ସେହିପରି ୨୪ ଘଣ୍ଟାରେ ୫୮୩ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୫୮୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୭୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୯୦ ହଜାର ୮୭୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୫୫ ହଜାର ୭୯ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ବିରୋଧରେ ଅପମାନଜନକ ଶବ୍ଦ କହିଥିବା ମାଲଦ୍ୱୀପ ମନ୍ତ୍ରୀ କହିଲେ, ଏମିତି ଦ୍ୱିତିୟ ଥର ହେବ ନାହିଁ

ନୂଆଦିଲ୍ଲୀ,୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ମାଲଦ୍ୱୀପ ମନ୍ତ୍ରୀଙ୍କ ଆପତ୍ତିଜନକ ମନ୍ତବ୍ୟ ଉପରେ ବୈଦେଶିକ ମନ୍ତ୍ରୀ ମୁସା ଜମିର କହିଛନ୍ତି ଯେ ମହମ୍ମଦ ମୁଇଜୁ ସରକାର...

ଏଥର ବାପା ନୁହେଁ, ଝିଅଙ୍କର ହେଉଛି ଅଧିକ ଚର୍ଚ୍ଚା, ଅଖିଳେଶଙ୍କ ପାଇଁ ଭୋଟ ମାଗୁଛନ୍ତି ଝିଅ ଅଦିତି

ଲକ୍ଷ୍ନୌ,୯।୫: ଲୋକ ସଭା ନିର୍ବାଚନ ୨୦୨୪ ର ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ ପାଇଁ ଭୋଟ ଗ୍ରହଣ ସରିଛି। ଉତ୍ତରପ୍ରଦେଶର ସମସ୍ତ ୮୦ ଟି...

କହ୍ନେୟା କୁମାରଙ୍କ ପାଖରେ ନା ଅଛି ଘର ନା କାର, ଗତ ବର୍ଷର ଆୟ ୧୮ ହଜାର ଟଙ୍କା

ନୂଆଦିଲ୍ଲୀ,୯।୫: ବର୍ତ୍ତମାନ ଦେଶରେ ନିର୍ବାଚନ ପର୍ବ ଚାଲିଛି। ଲୋକ ସଭାର ତିନୋଟି ପର୍ଯ୍ୟାୟ ପାଇଁ ମତଦାନ କରାଯାଇଛି। ଅବଶିଷ୍ଟ ପର୍ଯ୍ୟାୟ ପାଇଁ ମତଦାନ ମେ ୧୩...

ହରିୟାଣାରେ ରାଜନୈତିକ ସଙ୍କଟ: ଖଟ୍ଟାରଙ୍କୁ ଭେଟିଲେ ୪ ଜେଜେପି ବିଧାୟକ

ଚଣ୍ଡିଗଡ଼,୯ା୫ ହରିୟାଣାର ସରକାରରୁ ୩ ସ୍ବାଧୀନ ବିଧାୟକ ସମର୍ଥନ ପ୍ରତ୍ୟାହାର କରିନେବା ପରେ ରାଜ୍ୟରେ ରାଜନୈତିକ ସଙ୍କଟ ଦେଖାଦେଇଛି। ଭାଜପା ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବାକୁ ପୂର୍ବତନ...

ଶେଷ ହେଲା ଏୟାର ଇଣ୍ଡିଆ ଏକ୍ସପ୍ରେସର ସଙ୍କଟ, କାମରେ ଯୋଗ ଦେବେ ସମସ୍ତ କ୍ରୁ ମେମ୍ବର

ନୂଆଦିଲ୍ଲୀ,୯।୫: ଏୟାର ଇଣ୍ଡିଆ ଏକ୍ସପ୍ରେସର ସଙ୍କଟକୁ ବର୍ତ୍ତମାନ ଦୂର କରାଯାଇଛି। ପରିଚାଳନା ସହିତ ଚାରି ଘଣ୍ଟିଆ ବୈଠକ ପରେ କର୍ମଚାରୀମାନେ କାର୍ଯ୍ୟକୁ ଫେରିବାକୁ ରାଜି ହୋଇଛନ୍ତି।...

ଶିଖ ଅତିକମରେ ୫ ସନ୍ତାନ ଜନ୍ମ ଦିଅନ୍ତୁ: ଦମଦମି ଟକଶାଳାର ମୁଖ୍ୟ

ଚଣ୍ଡିଗଡ଼,୯।୫: ଶିଖମାନଙ୍କର ପ୍ରମୁଖ ସଂଗଠନ ଦମଦମି ଟକଶାଳାର ମୁଖ୍ୟ ଜ୍ଞାନି ହରନାମ ସିଂ ଖସଲା କହିଛନ୍ତି ଯେ ଶିଖଙ୍କ ସଂଖ୍ୟା ହ୍ରାସକୁ ଦୃଷ୍ଟିରେ ରଖି ପ୍ରତ୍ୟେକ...

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ଖଣ୍ଡ ଖଣ୍ଡ ହୋଇଗଲା ଶ୍ରମିକଙ୍କ ଶରୀର

ଶିବକାଶି,୯।୫: ଗୁରୁବାର ତାମିଲନାଡୁର ଶିବକାଶିରେ ଥିବା ବାଣ କାରଖାନାରେ ବିସ୍ଫୋରଣରେ ପାଞ୍ଚ ଜଣ ମହିଳାଙ୍କ ସମେତ ଆଠ ଜଣ କର୍ମଚାରୀଙ୍କ ମତ୍ୟୁ ଘଟିଥିବା ବେଳେ ଅନ୍ୟ...

କଂଗ୍ରେସର ଦାବି ହରିୟାଣାରେ ମିଳିବ ବହୁମତ

ଚଣ୍ଡିଗଡ଼,୯।୫: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଭୁପିନ୍ଦର ସିଂ ହୁଡା ସଂଖ୍ୟାଗରିଷ୍ଠତା ହାସଲ କରିବାକୁ ଦାବି କରିଛନ୍ତି। ସେ ପୁଣି ଥରେ କହିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri