୩୦ ହଜାର ତଳେ ଦୈନିକ ସଂକ୍ରମଣ, ସୁଧୁରୁନି କେରଳ ସ୍ଥିତି…

ନୂଆଦିଲ୍ଲୀ,୨୫।୯: କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେଲାଗିଛନ୍ତି। ଦୈନିକ ସଂକ୍ରମଣ ୩୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ କରୋନାରେ ୨୯୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୯ ହଜାର ୬୧୬ ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଏହି ସମୟ ମଧ୍ୟରେ ୨୮ ହଜାର ୪୬ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୭୮ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୧୬୨ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୮୯ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୬ ହଜାର ୩୬୮ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୮୪ କୋଟି ୮୯ ଲକ୍ଷ ୨୯ ହଜାର ୧୬୦ ଜଣଙ୍କୁ ଟିକାଦାନ ସରିଛି।

ଗତ ୨୪ ଘଣ୍ଟାରେ ୭୧ ଲକ୍ଷ ୪ ହଜାରରୁ ଅଧିକ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୬ କୋଟି ୧୬ ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୫ ଲକ୍ଷ ୯୨ ହଜାରରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୮ ଲକ୍ଷ ୪୮ ହଜାର ୨୭୩ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୬ ଲକ୍ଷ ୨୪ ହଜାର ୪୧୯ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଗକୁ ପାର୍ବଣ ଋତୁ ଆସୁଥିବାରୁ ଜମା ହେବାକୂଥିବା ଭିଡ଼କୁ ନେଇ ସରକାରଙ୍କ ଭୟ ବଢ଼ିବାରେ ଲାଗିଛି।

କେରଳ ହଟ୍‌ସ୍ପଟ୍‌ ପାଲଟିବା ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶର ଉପରମୁହାଁ ଦୈନିକ ସଂକ୍ରମଣ କେରଳ ଯୋଗୁ ହେଉଛି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୭ ହଜାର ୯୮୩ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୧୨୭ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?