୩୦ ହଜାର ତଳେ ଦୈନିକ ସଂକ୍ରମଣ, ସୁଧୁରୁନି କେରଳ ସ୍ଥିତି…

ନୂଆଦିଲ୍ଲୀ,୨୫।୯: କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେଲାଗିଛନ୍ତି। ଦୈନିକ ସଂକ୍ରମଣ ୩୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ କରୋନାରେ ୨୯୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୯ ହଜାର ୬୧୬ ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଏହି ସମୟ ମଧ୍ୟରେ ୨୮ ହଜାର ୪୬ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୭୮ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୧୬୨ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୮୯ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୬ ହଜାର ୩୬୮ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୮୪ କୋଟି ୮୯ ଲକ୍ଷ ୨୯ ହଜାର ୧୬୦ ଜଣଙ୍କୁ ଟିକାଦାନ ସରିଛି।

ଗତ ୨୪ ଘଣ୍ଟାରେ ୭୧ ଲକ୍ଷ ୪ ହଜାରରୁ ଅଧିକ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୬ କୋଟି ୧୬ ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୫ ଲକ୍ଷ ୯୨ ହଜାରରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୮ ଲକ୍ଷ ୪୮ ହଜାର ୨୭୩ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୬ ଲକ୍ଷ ୨୪ ହଜାର ୪୧୯ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଗକୁ ପାର୍ବଣ ଋତୁ ଆସୁଥିବାରୁ ଜମା ହେବାକୂଥିବା ଭିଡ଼କୁ ନେଇ ସରକାରଙ୍କ ଭୟ ବଢ଼ିବାରେ ଲାଗିଛି।

କେରଳ ହଟ୍‌ସ୍ପଟ୍‌ ପାଲଟିବା ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶର ଉପରମୁହାଁ ଦୈନିକ ସଂକ୍ରମଣ କେରଳ ଯୋଗୁ ହେଉଛି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୭ ହଜାର ୯୮୩ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୧୨୭ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ମୁଖତାର ଅନସାରୀଙ୍କ ପୋଷ୍ଟ ମର୍ଟମ ରିପୋର୍ଟ, ଏହି କାରଣ ପାଇଁ ହୋଇଛି ମୃତ୍ୟୁ

ବାନ୍ଦା,୨୯।୩: ମାଫିଆ ମୁଖତାର୍‌ ଅନସାରୀଙ୍କ ଶବ ବ୍ୟବଚ୍ଛେଦ ପରେ ହୃଦ୍‌ଘାତ ହେତୁ ତାଙ୍କର ମୃତ୍ୟୁ ହୋଇଥିବା ନିଶ୍ଚିତ କରାଯାଇଛି। ପୋଷ୍ଟମର୍ଟମ ଘରୁ ବାହାରକୁ ଆସିଥିବା ଡାକ୍ତରମାନେ...

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ଏହି ରାଜ୍ୟରେ ଭାଜପାକୁ ହେଲା ପ୍ରାର୍ଥୀଙ୍କ ଅଭାବ, କଂଗ୍ରେସ ନେତାଙ୍କୁ ବାଣ୍ଟିଦେଲା ୬୦ଭାଗ ଟିକେଟ୍‌!

ନୂଆଦିଲ୍ଲୀ,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ପାର୍ଟିର ନେତାଙ୍କ ମଧ୍ୟରେ ଦଳବଦଳ କାର୍ଯ୍ୟକ୍ରମ ଖୁବ୍‌ ଜୋର୍‌ରେ ଜାରି ରହିଛି। ତେବେ...

ବିଧାୟକ ରାଜୁ ପାଲ ହତ୍ୟାକାଣ୍ଡର ସମସ୍ତ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ପ୍ରୟାଗରାଜ,୨୯।୩: ସିବିଆଇ କୋର୍ଟ ଶୁକ୍ରବାର ବହୁଜନ ସମାଜ ପାର୍ଟିର ବିଧାୟକ ରାଜୁ ପାଲଙ୍କ ହତ୍ୟା ମାମଲାରେ ସମସ୍ତ ୭ଜଣ ଅଭିଯୁକ୍ତଙ୍କୁ ଆଜୀବନ ଦଣ୍ଡାଦେଶ ଶୁଣାଇଛନ୍ତି। ଏହି...

ପିତା ହେଲେ ମାନ, ନବଜାତ ଶିଶୁର ନାମକରଣ କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୯।୩: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଘରେ ମାର୍ଚ୍ଚ ୨୬ରେ ଏକ କନ୍ୟା ସନ୍ତାନ ଜନ୍ମ ହୋଇଥିଲା। ମୁଖ୍ୟମନ୍ତ୍ରୀ ଭାଗବତ ମନ ନିଜେ ସୋସିଆଲ ମିଡିଆ...

ବିହାରରେ ମହାମେଣ୍ଟର ସିଟ୍‌ ଫାଇନାଲ, ଆରଜେଡିକୁ ୨୬, କଂଗ୍ରେସକୁ ୯

ପାଟନା,,୨୯।୩: ବିହାରରେ ୪୦ଟି ଲୋକ ସଭା ଆସନ ବଣ୍ଟନ ନେଇ ଗ୍ରାଣ୍ଡ ଆଲାଇନ୍ସ ମଧ୍ୟରେ ଅନେକ ଦିନ ଧରି ବିବାଦ ଲାଗି ରହିଥିଲା। ବର୍ତ୍ତମାନ ଆରଜେଡି,...

ଏନଡିଏରେ ଯୋଗଦେବାର ୮ ମାସ ପରେ ପ୍ରଫୁଲ ପଟେଲଙ୍କ ବିରୋଧରେ କେସ୍ ବନ୍ଦ କଲା ସିବିଆଇ

ନୂଆଦିଲ୍ଲୀ,୨୯।୩: ଏନସିପି ନେତା ପ୍ରଫୁଲ୍ଲ ପଟେଲ, ଅଜିତ ପାୱାର ଏବଂ ଅନ୍ୟ ଦଳର ନେତାମାନେ ଏନଡିଏରେ ଯୋଗଦେବା ପରେ ଆଠ ମାସ ପରେ ସିବିଆଇ ଏୟାର...

ଦିଲ୍ଲୀରେ ଚାଲିବ ‘କେଜରିଓ୍ବାଲ ଆଶୀର୍ବାଦ’ ଅଭିଯାନ: ସୁନୀତା

ନୂଆଦିଲ୍ଲୀ,୨୯।୩: ଏହି ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଇଡି ହେପାଜତରେ ଅଛନ୍ତି। କୋର୍ଟ ତାଙ୍କ ରିମାଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri