୪୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୨।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ଲଗାମ୍‌ ଲାଗିଛି। ଦୈନିକ ସଂକ୍ରମଣ ସଂଖ୍ୟା ୪୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାର ୧୫୪ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୭୨୪ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୯ ହଜାର ୬୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ବଢ଼ିବାରେ ଲାଗିଛି। ଏହା ୯୭.୨୨ ପ୍ରତିଶତ ଛୁଇଁଛି। ଅପରପକ୍ଷରେ ୪ ଲକ୍ଷ ୫୦ ହଜାର ୮୯୯ ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮ ହଜାର ୭୬୪ ଛୁଇଁଛି। ବର୍ତ୍ତମାନ ସୁଦ୍ଧା ୩୭ କୋଟି ୭୩ ଲକ୍ଷ ୫୨ ହଜାର ୫୦୧ଜଣ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ଇତିମଧ୍ୟରେ ୪୩ କୋଟି ୨୩ ଲକ୍ଷ ୧୭ ହଜାର ୮୧୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୪ ହଜାର ୭୧୩ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ଅପରପକ୍ଷରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୮ ଲକ୍ଷ ୭୪ ହଜାର ୩୭୬ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri