୪୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୮ ହଜାର ୭୯ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୫୬୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୪୩ ହଜାର ୯୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ବଢ଼ିବାରେ ଲାଗିଛି। ଏହା ୯୭.୩୧ ପ୍ରତିଶତ ଛୁଇଁଛି। ଅପରପକ୍ଷରେ ୪ ଲକ୍ଷ ୨୪ ହଜାର ୪୧ ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୧୧ ହଜାର ୨୫ ଛୁଇଁଛି। ବର୍ତ୍ତମାନ ସୁଦ୍ଧା ୩୯ କୋଟି ୯୬ ଲକ୍ଷ ୯୫ ହଜାର ୮୭୯ ଜଣ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ଇତିମଧ୍ୟରେ ୪୪ କୋଟି ୨୦ ଲକ୍ଷ ୨୧ ହଜାର ୯୫୪ ଲାକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୨ ଲକ୍ଷ ୭୭ ହଜାର ୯୨ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ଅପରପକ୍ଷରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୯ ଲକ୍ଷ ୮୭ ହଜାର ୮୮୦ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?