୪୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୭।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର କେତେକ ଅଞ୍ଚଳରେ ଅନ୍‌ଲକ୍‌ ଯୋଗୁ ଲୋକଙ୍କ ଭିଡ଼ ବଢ଼ିବାରେ ଲାଗିଛି। କରୋନା ମାର୍ଗଦର୍ଶିକା ପାଳନ ନ କରାଯାଉଥିବାରୁ ସଂକ୍ରମଣ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏହି ସମୟ ମଧ୍ୟରେ ୩୮ ହଜାର ୬୨୮ ରେ ପହଞ୍ଚିଛି। ତେବେ ଦୈନିକ ମୃତ୍ୟୁ ସଂଖ୍ୟା ବଢ଼ିଛି। ଏହି ସମୟ ମଧ୍ୟରେ କରୋନାରେ ୬୧୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୪୦ ହଜାର ୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୩୬ ରହିଛି। ଅପରପକ୍ଷରେ ୪ ଲକ୍ଷ ୧୨ ହଜାର ୧୫୩ ଜଣ ଚିକିତ୍ସିତ ହେଉଛନ୍ତି। ଦୈନିକ ପଜିଟିଭ୍‌ ହାର ୧.୩୦ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୨୮ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୨୭ ହଜାର ୩୭୧ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୫୦ କୋଟି ୧୦ ଲକ୍ଷ ୯ ହଜାର ୬୦୯ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୪୯ ଲକ୍ଷ ୫୫ ହଜାର ୧୩୮ ଡୋଜ ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୪୭ କୋଟି ୪୮ ଲକ୍ଷ ୯୩ ହଜାର ୩୬୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୬ ଲକ୍ଷ ୬୪ ହଜାର ୩୦ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୦ ଲକ୍ଷ ୫୫ ହଜାର ୮୬୧ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ଇତିମଧ୍ୟରେ ୩ କୋଟି ୧୮ ଲକ୍ଷ ୯୫ ହଜାର ୩୮୫ ଜଣ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri