୪୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୭।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର କେତେକ ଅଞ୍ଚଳରେ ଅନ୍‌ଲକ୍‌ ଯୋଗୁ ଲୋକଙ୍କ ଭିଡ଼ ବଢ଼ିବାରେ ଲାଗିଛି। କରୋନା ମାର୍ଗଦର୍ଶିକା ପାଳନ ନ କରାଯାଉଥିବାରୁ ସଂକ୍ରମଣ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏହି ସମୟ ମଧ୍ୟରେ ୩୮ ହଜାର ୬୨୮ ରେ ପହଞ୍ଚିଛି। ତେବେ ଦୈନିକ ମୃତ୍ୟୁ ସଂଖ୍ୟା ବଢ଼ିଛି। ଏହି ସମୟ ମଧ୍ୟରେ କରୋନାରେ ୬୧୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୪୦ ହଜାର ୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୩୬ ରହିଛି। ଅପରପକ୍ଷରେ ୪ ଲକ୍ଷ ୧୨ ହଜାର ୧୫୩ ଜଣ ଚିକିତ୍ସିତ ହେଉଛନ୍ତି। ଦୈନିକ ପଜିଟିଭ୍‌ ହାର ୧.୩୦ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୨୮ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୨୭ ହଜାର ୩୭୧ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୫୦ କୋଟି ୧୦ ଲକ୍ଷ ୯ ହଜାର ୬୦୯ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୪୯ ଲକ୍ଷ ୫୫ ହଜାର ୧୩୮ ଡୋଜ ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୪୭ କୋଟି ୪୮ ଲକ୍ଷ ୯୩ ହଜାର ୩୬୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୬ ଲକ୍ଷ ୬୪ ହଜାର ୩୦ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୦ ଲକ୍ଷ ୫୫ ହଜାର ୮୬୧ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ଇତିମଧ୍ୟରେ ୩ କୋଟି ୧୮ ଲକ୍ଷ ୯୫ ହଜାର ୩୮୫ ଜଣ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri