ଦୈନିକ ସଂକ୍ରମଣ ୪୦ ହଜାର ତଳେ…

ନୂଆଦିଲ୍ଲୀ,୧୪।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ଏହି ସମୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୮ ହଜାର ୬୬୭ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୪୭୮ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୫ ହଜାର ୭୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୪୫ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୮୭ ହଜାର ୬୭୩ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୦୫ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୨୧ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୩୦ ହଜାର ୭୩୨ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୫୩ କୋଟି ୬୧ ଲକ୍ଷ ୮୯ ହଜାରରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୪୯ କୋଟି ୧୭ ଲକ୍ଷ ୫୭୭ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୨୨ଲକ୍ଷ ୨୯ ହଜାର ୭୯୮ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୩ ଲକ୍ଷ ୩୮ ହଜାର ୮୮ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ମୋଟ ୩ କୋଟି ୨୧ ଲକ୍ଷ ୫୬ ହଜାର ୪୯୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର କେତେକ ଅଞ୍ଚଳରେ ଅନ୍‌ଲକ୍‌ ଯୋଗୁ ଲୋକଙ୍କ ଭିଡ଼ ବଢ଼ିବାରେ ଲାଗିଛି। କରୋନା ମାର୍ଗଦର୍ଶିକା ପାଳନ ନ କରାଯାଉଥିବାରୁ ସଂକ୍ରମଣ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri