ଦୈନିକ ସଂକ୍ରମଣ ୪୦ ହଜାର ତଳେ…

ନୂଆଦିଲ୍ଲୀ,୧୪।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ଏହି ସମୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୮ ହଜାର ୬୬୭ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୪୭୮ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୫ ହଜାର ୭୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୪୫ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୮୭ ହଜାର ୬୭୩ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୦୫ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୨୧ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୩୦ ହଜାର ୭୩୨ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୫୩ କୋଟି ୬୧ ଲକ୍ଷ ୮୯ ହଜାରରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୪୯ କୋଟି ୧୭ ଲକ୍ଷ ୫୭୭ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୨୨ଲକ୍ଷ ୨୯ ହଜାର ୭୯୮ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୩ ଲକ୍ଷ ୩୮ ହଜାର ୮୮ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ମୋଟ ୩ କୋଟି ୨୧ ଲକ୍ଷ ୫୬ ହଜାର ୪୯୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର କେତେକ ଅଞ୍ଚଳରେ ଅନ୍‌ଲକ୍‌ ଯୋଗୁ ଲୋକଙ୍କ ଭିଡ଼ ବଢ଼ିବାରେ ଲାଗିଛି। କରୋନା ମାର୍ଗଦର୍ଶିକା ପାଳନ ନ କରାଯାଉଥିବାରୁ ସଂକ୍ରମଣ ବୃଦ୍ଧି ପାଉଛି।

Share