୪୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ୫ ମାସ ପରେ ସର୍ବନିମ୍ନ ହୋଇ ୩୦ ହଜାର ତଳେ ରହିବା ପୁଣି ଏହା ବଢ଼ିଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୫ ହଜାର ୧୭୮ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୪୪୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୭ ହଜାର ୧୬୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୫୧ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୬୭ ହଜାର ୪୧୫ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୦୫ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୧୫ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୩୨ ହଜାର ୫୧୯ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୫୬ କୋଟି ୬ ଲକ୍ଷ ୫୨ ହଜାର ୩୦ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୫୫ ଲକ୍ଷ ୫ ହଜାର ୭୫ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୪୯ କୋଟି ୮୪ ଲକ୍ଷ ୨୭ ହଜାର ୮୩ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୭ ଲକ୍ଷ ୯୭ ହଜାର ୫୫୯ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୪ ଲକ୍ଷ ୮୫ ହଜାର ୯୨୩ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ମୋଟ ୩ କୋଟି ୨୨ ଲକ୍ଷ ୮୫ ହଜାର ୮୫୭ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri